ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାନଦୀରେ ଆସୁଛି ମଧ୍ୟମ ଧରଣର ବନ୍ୟା। ତଳମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ମହାନଦୀ ଓ ଏହାର ଶାଖା ନଦୀରେ ଉଛୁଳୁଛି ପାଣି। ଆଜି ସକାଳ ୬ଟାରୁ ୧୦ଟା ମଧ୍ୟରେ ମୁଣ୍ଡୁଳିଠାରେ ପ୍ରାୟ ୧୧.୫ଲକ୍ଷ କ୍ୟୁସେକ ବନ୍ୟା ଜଳ ପ୍ରବାହିତ ହେବ।
ଯାହାର ପ୍ରଭାବରେ କଟକ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା ଓ ଯାଜପୁର ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି ବୋଲି ଜଳସମ୍ପଦ ବିଭାଗ ପକ୍ଷରୁ କୁହାଯାଇଛି।
ବନ୍ୟା ଯୋଗୁ କ୍ଷତିଗ୍ରସ୍ତ ହେବାକୁ ଥିବା ଜିଲାର ଜିଲାପାଳମାନଙ୍କୁ ସତର୍କ ରହିବାକୁ ସ୍ୱତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀ ଚିଠି ଲେଖିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ବର୍ଷା ଓ ବନ୍ୟା ସ୍ଥିତିର ସମୀକ୍ଷା କରିଛନ୍ତି।
ସମ୍ଭାବ୍ୟ ସ୍ଥିତି ଯୋଗୁ ପ୍ରଭାବିତ ହେବାକୁ ଥିବା ୧୩ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଭିଡିଓ କନ୍ଫରେନ୍ସିଂ ଯୋଗେ ଆଲୋଚନା କରିଛନ୍ତି। ଏହାର ମୁକାବିଲା ନିମନ୍ତେ ପ୍ରସ୍ତୁତ ରହିବା ସହ ନଦୀକୂଳିଆ ଅଞ୍ଚଳରେ ପାଟ୍ରୋଲିଂ ବ୍ୟବସ୍ଥା ବଢ଼ାଇବାକୁ ନିର୍ଦ୍ଦେଶ ଦେଇଛନ୍ତି।
from Odisha Reporter https://ift.tt/2Kw6ghj
No comments:
Post a Comment