ସୋପିଆନରେ ଆତଙ୍କବାଦୀ ଆକ୍ରମଣ, ଜଣେ ଆତଙ୍କବାଦୀ ନିହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, August 2, 2019

ସୋପିଆନରେ ଆତଙ୍କବାଦୀ ଆକ୍ରମଣ, ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର: ଜମ୍ମୁ କଶ୍ମୀରର ସୋପିଆନ୍ ଜିଲ୍ଲାରେ ଗତକାଲି ଆତଙ୍କବାଦୀ ଏବଂ ସେନା ମୁହାଁମୁହିଁ ହୋଇଥିଲେ। ଏଥିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଜଣେ ଯବାନ ସହିଦ ହୋଇଥିବା ସେନା ପକ୍ଷରୁ କୁହାଯାଇଛି।
ଦକ୍ଷିଣ କଶ୍ମୀରର ପଣ୍ଡୁଶାନ ଅଞ୍ଚଳରେ ଆତଙ୍କବାଦୀ ଲୁଚି ରହିଥିବା ନେଇ ସୂଚନା ମିଳିବା ପରେ ସେନା ପକ୍ଷରୁ ସର୍ଚ୍ଚ ଅପରେସନ କରାଯାଇଥିଲା। ଏହାପରେ ଆତଙ୍କବାଦୀମାନେ ସେନା ଉପରକୁ ଗୁଳି ଚଳାଇଥିଲେ। ଏହି ସର୍ଚ୍ଚ ଅପରେସନ ବେଳେ ଜଣେ ଯବାନ ସହିଦ ହୋଇଛନ୍ତି। ଏହାପରେ ସେନା ପକ୍ଷରୁ ପାଲଟା ଆକ୍ରମଣରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ରହିଛି। ମୃତ ଆତଙ୍କବାଦୀ ଜିନତ-ଉଲ୍-ଇସଲାମ ସୋପିଆନ୍ ଜିଲ୍ଲାର ବୋଲି ଜଣାପଡ଼ିଛି। ମୃତ ଆତଙ୍କବାଦୀ ପାଖରୁ ବିପୁଳ ପରିମାଣରେ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ଏବେ ବି ସର୍ଚ୍ଚ ଅପରେସନ୍ ଜାରି ରହିଥିବାର ସୂଚନା ରହିଛି।


from Odisha Reporter https://ift.tt/2yDnRNy

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages