ଟ୍ରକ୍‌ ପଛରେ ପିଟି ହେଲା ଅଟୋ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, August 18, 2019

ଟ୍ରକ୍‌ ପଛରେ ପିଟି ହେଲା ଅଟୋ

କେନ୍ଦ୍ରାପଡ଼ା (ମନୋଜ ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲ୍ଲା ଦୁହୁରିଆ ଛକ ନିକଟରେ ଜାତୀୟ ରାଜପଥ ୫୩ରେ ଛିଡ଼ା ହୋଇଥିବା ଏକ ଟ୍ରକ୍ ପଛରେ ଏକ ଅଟୋ ପିଟି ହେବାରୁ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି।

ମୃତକଙ୍କ ନାଁ ପ୍ରଫୁଲ୍ଲ ରାଉତ। ତାଙ୍କ ଘର ମହାକାଳପଡ଼ା ଥାନା ଅନ୍ତର୍ଗତ କୁମ୍ଭରପଡ଼ାରେ। ଗୁରୁତର ଦ୍ୱୟଙ୍କ ମଧ୍ୟରୁ ଜଣଙ୍କ ପରିଚୟ ମିଳିଛି। ତାଙ୍କ ନାଁ ପ୍ରଭାତ ସ୍ୱାଇଁ। ତାଙ୍କ ଘର ମଧ୍ୟ ସେହି କୁମ୍ଭରପଡ଼ା ଗାଁରେ।

ଆଜି ସକାଳେ ସେମାନେ ଏକ ଅଟୋରେ ଚଣ୍ଡିଖୋଲରୁ ନିଜ ଗାଁକୁ ଫେରୁଥିଲେ। ଏହି ସମୟରେ ଅଟୋଟି ଭାରସାମ୍ୟ ହରାଇ ଟ୍ରକ୍‌ ପଛରେ ପିଟି ହୋଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ପ୍ରଫୁଲ୍ଲଙ୍କ ମୃତ୍ୟୁ ଘଟିଥିଲା।  ଗୁରୁତରମାନଙ୍କୁ କେନ୍ଦ୍ରାପଡ଼ା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ପୁଲିସ୍ ଘଟଣାର ତଦନ୍ତ କରୁଛି।



from Odisha Reporter https://ift.tt/2ZaHkEw

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages