ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଦୁର୍ବଳ ହୋଇଯାଇଛି। ଏହା ଛତିଶଗଡ଼ର ଆମ୍ବିକା ପୁରଠାରୁ ୯୦ କି.ମି ଦୂରରେ ରହିଛି। ଏହା ପ୍ରଭାବରେ ଆଜି ଆଭ୍ୟନ୍ତରୀଣ ଓଡ଼ିଶାର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ସେହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, ବରଗଡ଼, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି ଓ ନବରଙ୍ଗପୁର। ଏହାବ୍ୟତୀତ ରାଜ୍ୟର ଆହୁରି କେତେକ ସ୍ଥାନରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗର ଡ୍ୟୁଟି ଅଫିସର ଲକ୍ଷ୍ମୀକାନ୍ତ ଗିରି ସୂଚନା ଦେଇଛନ୍ତି।
ସେ କହିଛନ୍ତି,“ଆସନ୍ତାକାଲି କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ହୋଇପାରେ। ସମୁଦ୍ର ଅଶାନ୍ତ ଥିବାରୁ ଦୁଇ ଦିନ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବା ଲାଗି ବାରଣ କରାଯାଇଛି। ଆଜି ମଧ୍ୟ ବନ୍ଦରମାନଙ୍କରେ ୩ ନମ୍ବର ସଙ୍କେତ ଜାରି କରାଯାଇଛି।”
ଶ୍ରୀ ଗିରି କହିଛନ୍ତି,“ ୨୪ ଘଣ୍ଟା ମଧ୍ୟରେ ବଲାଙ୍ଗିରରେ ୨୧୨ ମି.ମି. ବର୍ଷା ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡ଼ାରେ ୧୬୭ ମି.ମି. ବର୍ଷା ରେକର୍ଡ କରାଯାଇଛି।ଭଲ ବର୍ଷା ହୋଇଥିବାରୁ ଦକ୍ଷିଣ ଓଡ଼ିଶାର ବିଭିନ୍ନ ନଦୀରେ ଜଳସ୍ତର ବଢ଼ିଛି।”
from Odisha Reporter https://ift.tt/2MKM8JX
No comments:
Post a Comment