ବାଲେଶ୍ୱର(ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଅବହେଳାରୁ ଜଣେ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ରୁବିନା ଖାତୁନ। ତାଙ୍କ ଘର ଦରଘାବଜାର ଅଞ୍ଚଳରେ। ସେ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଥିବାରୁ ଗତକାଲି ସନ୍ଧ୍ୟାରେ ଡାଇରିଆ ୱାର୍ଡରେ ଭର୍ତ୍ତି ହୋଇଥିଲେ। ହେଲେ ରାତିରେ ତାଙ୍କର ମୃତ୍ୟୁ ଘଟିଥିଲା।
ତେବେ ଦୀର୍ଘ ସମୟ ଧରି ଡାକ୍ତର ନଆସିବାରୁ ଚିକିତ୍ସା ଅବହେଳାରୁ ଝିଅର ମୃତ୍ୟୁ ହୋଇଥିବା ରୁବିନାଙ୍କ ବାପା ଅଭିଯୋଗ କରିଛନ୍ତି। ଏଥିସହ ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି। ଏନେଇ ଡାକ୍ତରଖାନା ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା।
ଖବର ପାଇ ଟାଉନ ଥାନା ଅଧିକାରୀ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲେ। ବାଲେଶ୍ୱର ଉପଜିଲ୍ଲାପାଳ ମଧ୍ୟ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲେ। ଘଟଣାର ତଦନ୍ତ ପରେ ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଉପଜିଲ୍ଲାପାଳ ପ୍ରତିଶ୍ରୁତି ଦେବା ପରେ ଉତ୍ତେଜନା ଥମିଥିଲା।
from Odisha Reporter https://ift.tt/2M8mmzV
No comments:
Post a Comment