ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୬ତାରିଖ ପର୍ଯ୍ୟନ୍ତ ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏନେଇ ପ୍ରସ୍ତୁତ ରହିବାକୁ ୫ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର(ଏସ୍ଆରସି) ବିଷ୍ଣୁ ପଦ ସେଠୀ। ସେହି ଜିଲ୍ଲା ଗୁଡ଼ିକ ହେଉଛି- ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଏବଂ ନୂଆପଡ଼ା ।
ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏସବୁ ଜିଲ୍ଲାରେ ବନ୍ୟା ସ୍ଥିତି ଉପୁଜିପାରେ ବୋଲି ଆଶଙ୍କା କରାଯାଉଛି। ତେଣୁ ଆବଶ୍ୟକ ପଦକ୍ଷେପ ନେବା ସହ ବିପର୍ଯ୍ୟୟର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଏହି ସବୁ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ମହମବତୀ, ପିଇବା ପାଣି ଓ ଔଷଧ ଆଦି ମହଜୁଦ କରି ରଖିବାକୁ କୁହାଯାଇଛି।
ସୂଚନାଯୋଗ୍ୟ, କିଛି ଦିନ ହେବ ସାରା ରାଜ୍ୟରେ ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ ମାଲକାନଗିରି ଜିଲ୍ଲାରେ ବନ୍ୟା ସ୍ଥିତି ଉପୁଜିଛି। ଜିଲ୍ଲାର ସବୁ ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ବହୁ ରାସ୍ତା ଓ ପୋଲ ଉପରେ ପାଣି ସୁଅ ଚାଲିଥିବାରୁ ଗମନାଗମନରେ ସମସ୍ୟା ଉପୁଜିଛି। ବହୁ ଗାଁ ଜଳବନ୍ଦୀ ଅବସ୍ଥାରେ ଅଛି। ଏଭଳି ସ୍ଥିତିରେ ଜିଲ୍ଲା ପ୍ରଶାସନ ଗତକାଲି ସ୍କୁଲ ଓ କଲେଜକୁ ଦୁଇ ଦିନ ଲାଗି ଛୁଟି ଘୋଷଣା କରିଥିଲେ।
from Odisha Reporter https://ift.tt/2MCF7ee
No comments:
Post a Comment