ରାସ୍ତା କଡ଼ରେ ଠିଆ ହୋଇଥିଲେ, ଚଢ଼ିଗଲା ଟାଟା ଏସି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, August 3, 2019

ରାସ୍ତା କଡ଼ରେ ଠିଆ ହୋଇଥିଲେ, ଚଢ଼ିଗଲା ଟାଟା ଏସି

ନୀଳଗିରି (ବିଶ୍ୱମ୍ୱର ଦାସ): ବାଲେଶ୍ୱର ଜିଲ୍ଲା ନୀଳଗିରି ଥାନା ଅନ୍ତର୍ଗତ ବେଗୁନିଆ ପଞ୍ଚାୟତର କୁସନପୁର ଗାଁରେ ରାସ୍ତା କଡ଼ରେ ଠିଆ ହୋଇଥିବା ଦୁଇ ଜଣ ଯୁବକଙ୍କୁ ଉପରେ ଏକ ଟାଟା ଏସି ମାଡ଼ି ଯିବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ନାଁ ହରିମୋହନ ସିଂହ।  ଗୁରୁତର ଯୁବକଙ୍କ ନାଁ ହରିଆ ସିଂହ। ଉଭୟଙ୍କ ଘର କୁସନପୁର ଗାଁରେ।

ଗତକାଲି ରାତିରେ ଏହି ଦୁର୍ଘଟଣା ଘଟିଥିଲା। ଉଭୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ବାଲେଶ୍ୱର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।  ସେଠାରେ ହରିମୋହନଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଏହି ଘଟଣା ପରେ ଉତ୍ତ୍ୟକ୍ତ ଲୋକେ ଦୁର୍ଘଟଣା ଘଟାଇଥିବା ଗାଡ଼ିକୁ  ପୋଡ଼ି ଦେଇଥିଲେ। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ସ୍ଥିତିକୁ ନିୟନ୍ତ୍ରଣକୁ ଆଣିଥିଲା। ପୁଲିସ୍ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।



from Odisha Reporter https://ift.tt/2ZviBYo

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages