ମାଲକାନଗିରି ଜିଲ୍ଲାର ସବୁ ସ୍କୁଲ୍‌ ୨ ଦିନ ପାଇଁ ଛୁଟି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, August 2, 2019

ମାଲକାନଗିରି ଜିଲ୍ଲାର ସବୁ ସ୍କୁଲ୍‌ ୨ ଦିନ ପାଇଁ ଛୁଟି

ମାଲକାନଗିରି(ଜିତେନ୍ଦ୍ର ବେଉରା): ମାଲକାନଗିରି ଜିଲ୍ଲାରେ ଲଗାଣ ବର୍ଷା ଜାରି ରହିଥିବାରୁ  ଜିଲ୍ଲାର ସମସ୍ତ ସ୍କୁଲକୁ ଦୁଇ ଦିନ ପାଇଁ ଜିଲ୍ଲାପାଳ ଛୁଟି ଘୋଷଣା କରିଛନ୍ତି। ଆଜି ଓ ଆସନ୍ତାକାଲି ଦୁଇ ପାଇଁ ଛୁଟି ଘୋଷଣା କରାଯାଇଛି।

ଲଗାଣ ବର୍ଷା ଯୋଗୁ ମାଲକାନଗିରିରେ ପୁଣି ସ୍ଥିତି ବେହାଲ ହୋଇପଡ଼ିଛି। ଜିଲ୍ଲାର ବିଭିନ୍ନ ନଦୀରେ ଜଳସ୍ତର ବଢ଼ିବାରେ ଲାଗିଛି। କୋରକୋଣ୍ଡା, କୋକରକୁଣ୍ଡା ଓ ଏମ୍‌ଭି-୩୬ ପୋଲ ଉପରେ ୫ ଫୁଟର ପାଣି ଚାଲିଛି। ଫଳରେ ମାଲକାନଗିରିରୁ ବାଲିମେଳା ଓ କାଲିମେଳାକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଲୋକେ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଯିବାରେ ସମସ୍ୟା ସୃଷ୍ଟି ହୋଇଛି।

ଗତ ୪ ଦିନ ତଳେ ମଧ୍ୟ ଲଗାଣ ବର୍ଷା ଯୋଗୁ ମାଲକାନଗିରି ସହ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିଲା। ପରେ ବର୍ଷା କମିବାରୁ ସ୍ଥିତି ସୁଧୁରିଥିଲା। ତେବେ ଗତକାଲି ରାତିରୁ ପୁଣି ଥରେ ଜୋର ବର୍ଷା ଯୋଗୁ ହଠାତ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇଛି।



from Odisha Reporter https://ift.tt/2Zq05kf

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages