ଆଜି ପବିତ୍ର ଜନ୍ମାଷ୍ଟମୀ, ପୁରପଲ୍ଲୀ କୃଷ୍ଣମୟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, August 22, 2019

ଆଜି ପବିତ୍ର ଜନ୍ମାଷ୍ଟମୀ, ପୁରପଲ୍ଲୀ କୃଷ୍ଣମୟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ପବିତ୍ର ଜନ୍ମାଷ୍ଟମୀ। ଧରାପୃଷ୍ଠରେ ବାଲଗୋପାଳଙ୍କୁ ସ୍ୱାଗତ କରିବା ଲାଗି ଉତ୍ସବମୁଖର ହୋଇପଡ଼ିଛି ପୁରପଲ୍ଲୀ। ରାଜଧାନୀର ଇସ୍କନ ମନ୍ଦିର ହେଉ କି, ପୁରୀ ଶ୍ରୀମନ୍ଦିର ସବୁଠି ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି। ଶ୍ରଦ୍ଧାଳୁମାନେ ଉପବାସ ରଖିବା ସହ କୃଷ୍ଣବଳରାମଙ୍କୁ ଦର୍ଶନ କରୁଛନ୍ତି। ମଧ୍ୟ ରାତ୍ରିରେ କୃଷ୍ଣ ଜନ୍ମନୀତି ସଂପନ୍ନ ହେବା ପରେ ଶ୍ରଦ୍ଧାଳୁ ଉପବାସ ଭାଙ୍ଗିବେ।

ରାଜଧାନୀର ଇସ୍କନ ମନ୍ଦିରରେ ଜନ୍ମାଷ୍ଟମୀ ପାଇଁ ସ୍ୱତନ୍ତ୍ର ଆୟୋଜନ କରାଯାଇଛି। ସେହିପରି ପୁରୀ ଶ୍ରୀମନ୍ଦିରରେ ଆଜି ସ୍ୱତନ୍ତ୍ର ନୀତି ଅନୁଷ୍ଠିତ ହେଉଛି। କୃଷ୍ଣଜନ୍ମ ନୀତି ଏକ  ଗୁପ୍ତ ନୀତି ହୋଇଥିବାରୁ ପରମ୍ପରା ଅନୁସାରେ ସନ୍ଧ୍ୟାଧୂପ ପରେ ଜୟ ବିଜୟ ଦ୍ୱାରା ବନ୍ଦ ରହିବ।  ଦୁଇଜଣ ମହାଜନ ସେବକ ଦେବକୀ ଓ ବସୁଦେବ ବେଶରେ ଆସି ଜନ୍ମ ଚକଡାରେ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ସମାପନ କରିବେ। ଏଥିପାଇଁ ସନ୍ଧ୍ୟାଧୂପ ପରେ ସନ୍ଧ୍ୟା ୬ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।



from Odisha Reporter https://ift.tt/31Yv6MY

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages