ନୂଆଦିଲ୍ଲୀ: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧିଙ୍କ ୭୫ ତମ ଜୟନ୍ତୀ। ଏହି ଅବସରରେ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧି, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ, ରାହୁଲ ଗାନ୍ଧି, ପ୍ରିୟଙ୍କା ଗାନ୍ଧି, ଗୁଲାମ ନବୀ ଆଜାଦ୍, ଅହମ୍ମଦ ପଟେଲ ସମେତ ବହୁ କଂଗ୍ରେସ ନେତା ତାଙ୍କ ସମାଧୀ ପୀଠରେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।
ଏଥିସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧିଙ୍କୁ ମନେ ପକାଇଛନ୍ତି। ସେ ଟ୍ୱିଟ୍ କରି ଲେଖିଛନ୍ତି,“ଆମର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧିଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି।”
ଅନ୍ୟପକ୍ଷରେ ଆଜି ସକାଳେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ମଧ୍ୟ ବୀର ଭୂମି ପହଞ୍ଚି ରାଜୀବ ଗାନ୍ଧିଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଏହାସହ କଂଗ୍ରେସ ନେତା ଗୁଲାମ ନବୀ ଆଜାଦ୍, ଭୁପେନ୍ଦ୍ର ସିଂ ହୁଡ଼ା ଓ ଅହମ୍ମଦ ପଟେଲ ବୀଭଭୂମି ଯାଇ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି।
from Odisha Reporter https://ift.tt/31I3njs
No comments:
Post a Comment