ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ। ଏହା ପ୍ରଭାବରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।
ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଚରଣ ବେହେରା କହିଛନ୍ତି,“ ଆଜି ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଦକ୍ଷିଣ ଓଡ଼ିଶାର ଅଳ୍ପ କିଛି ସ୍ଥାନରେ ମଧ୍ୟ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ତେବେ ଆଜି ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇ ନାହିଁ।”
ସେ ଆହୁରି କହିଛନ୍ତି,“ ଆସନ୍ତାକାଲି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉତ୍ତର ଓଡ଼ିଶା ଓ କୋଷ୍ଟାଲ ଓଡ଼ିଶାର ଅଧିକାଂଶ ଜାଗାରେ ବର୍ଷାର ପରିମାଣ ବଢ଼ିବାର ଆଶା କରାଯାଉଛି। ଆସନ୍ତାକାଲି ପୁରୀ, ଜଗତସିଂହପୁର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଯଦି ଲଘୁଚାପ ସୃଷ୍ଟି ହୋଇ ଉପରମୁଣ୍ଡରେ ବର୍ଷା ପରିମାଣ ବଢ଼ିବ ତା’ହେଲେ ବନ୍ୟା ପରିସ୍ଥିତି ଉପୁଜିପାରେ।”
from Odisha Reporter https://ift.tt/2NyGVW5
No comments:
Post a Comment