ଫୁଲୁଛି ମହାନଦୀ, ଆଜି ଖୋଲାଯିବ ହୀରାକୁଦ ଡ୍ୟାମ୍‌ର ୧୬ଟି ଗେଟ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, August 14, 2019

ଫୁଲୁଛି ମହାନଦୀ, ଆଜି ଖୋଲାଯିବ ହୀରାକୁଦ ଡ୍ୟାମ୍‌ର ୧୬ଟି ଗେଟ୍‌

ସମ୍ବଲପୁର (ସଞ୍ଜୟ ଜେନା):  ଆଜି  ଖୋଲାଯିବ  ହୀରାକୁଦ ଡ୍ୟାମ୍‌ର ୧୬ଟି ଗେଟ୍‌  । ମହାନଦୀର ଜଳସ୍ତର କ୍ରମାଗତ ଭାବେ ବଢ଼ୁଥିବାରୁ ପୂର୍ବାହ୍ନ ୧୧ଟା ୩୦ ପରେ ଗେଟ୍‌ ଖୋଲିବା ଆରମ୍ଭ ହେବ ବୋଲି ଜଣାଇଛନ୍ତି  ଡ୍ୟାମ୍‌ କର୍ତ୍ତୃପକ୍ଷ। ଏଥିଯୋଗୁ ମହାନଦୀ ତଳ ମୁଣ୍ଡରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ ବୋଲି ଆଶଙ୍କା କରାଯାଉଛି।

ଗତ କାଲି ହୀରାକୁଦ ଡ୍ୟାମ୍‌ର ଗୋଟିଏ ଗେଟ୍‌ ଖୋଲାଯାଇଥିଲା ।  ଗତ କାଲି  ପୂର୍ବାହ୍ନ ୧୧ଟା ୩୦ରେ ୭ ନମ୍ବର ଗେଟ୍‌ ଖୋଲାଯାଇଥିବା ବେଳେ ଅପରାହ୍ନ ୨ଟାରେ ଏହାକୁ ବନ୍ଦ କରି ଦିଆଯାଇଥିଲା। ହେଲେ ଜଳଭଣ୍ଡାରର ଜଳସ୍ତର କ୍ରମାଗତ ଭାବେ ବଢୁଥିବାରୁ ପର୍ଯ୍ୟାୟ କ୍ରମେ ଆଜି ୧୬ଟି ଗେଟ୍‌ ଖୋଲାଯାଇ ମହାନଦୀକୁ ବନ୍ୟାଜଳ ଛଡ଼ାଯିବ।

ହୀରାକୁଦ କଣ୍ଟ୍ରୋଲ୍‌ ରୁମ୍‌ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇ ଗତକାଲି ରାତି ସୁଦ୍ଧା ୬୨୧.୨୩ ଫୁଟ୍‌ରେ ପହଞ୍ଚିଛି । ଜଳଭଣ୍ଡାରକୁ ୨ ଲକ୍ଷ ୫୭ ହଜାର ୬୫୯ କ୍ୟୁସେକ୍‌  ଜଳ ପ୍ରବେଶ କରୁଥିବା ବେଳେ ନିଷ୍କାସିତ ହେଉଛି ମାତ୍ର ୧୪ ହଜାର ୬୩୯ କ୍ୟୁସେକ୍‌ ଜଳ । ତେଣୁ ଜଳପତ୍ତନ ବଢ଼ି ଚାଲିଥିବାରୁ ଅଧିକ ଗେଟ୍ ଖୋଲାଯିବାର ଆଶଙ୍କା ସୃଷ୍ଟି ହୋଇଛି ।

ଗତକାଲି ସାଂକେତିକ ଭାବେ କିଛି ସମୟ ପାଇଁ ହୀରାକୁଦ୍‌ର ଗୋଟିଏ ଗେଟ୍ ଖୋଲାଯାଇ ମହାନଦୀକୁ ଛଡ଼ାଯାଇଥିଲା ବୋଲି ଜଣାଇଛନ୍ତି କର୍ତ୍ତୃପକ୍ଷ ।



from Odisha Reporter https://ift.tt/33wglSZ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages