ଦିବ୍ୟାଙ୍ଗ ଯୁବତୀଙ୍କୁ ଦୁଷ୍କର୍ମ କରି ବନ୍ଧା ହେଲେ ବାବୁଲି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, August 4, 2019

ଦିବ୍ୟାଙ୍ଗ ଯୁବତୀଙ୍କୁ ଦୁଷ୍କର୍ମ କରି ବନ୍ଧା ହେଲେ ବାବୁଲି

ଉଦଳା(ମାନସ ପାଣି): ମୟୂରଭଞ୍ଜ ଜିଲ୍ଲା ଶରତ ଥାନା ଅଞ୍ଚଳରେ ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ଦୁଷ୍କର୍ମ କରିବା ଘଟଣାରେ ଉଦଳା ପୁଲିସ୍ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି।  ଗିରଫ ଯୁବକଙ୍କ ନାଁ ବାବୁଲି ବଦରା। ଆଜି ତାଙ୍କୁ କୋର୍ଟଚାଲାଣ କରାଯିବ।

ଏହା ସହ ବାରିପଦା ମେଡିକାଲରେ ପୀଡ଼ିତାଙ୍କ ଡାକ୍ତରୀମାଇନା କରାଯାଇଛି । ଅଭିଯୁକ୍ତ ବାବୁଲି ନିଶାସକ୍ତ ଅବସ୍ଥାରେ ଏହି କାଣ୍ଡ ଭିଆଇଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ, ଗତ ୩୧ ତାରିଖରେ ଭିନ୍ନକ୍ଷମ ଯୁବତୀଜଣଙ୍କ ଘରେ ଏକୁଟିଆ ଥିଲେ। ଏହାର ସୁଯୋଗ ନେଇ ବାବୁଲି ଦିବ୍ୟାଙ୍ଗ ଯୁବତୀଙ୍କୁ ଘରୁ ଟେକି ନେଇ ଜଙ୍ଗଲରେ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା। ଯୁବତୀ ଜଣକ ଏହି କଥା ତାଙ୍କ ମା’ଙ୍କୁ  ଜଣାଇଥିଲେ। ଏନେଇ ତାଙ୍କ ମା’ ଥାନାରେ ଏତଲା ଦେଇଥିଲେ। ପୀଡ଼ିତାଙ୍କ ମା’ଙ୍କ ଏତଲା ଆଧାରରେ ଅଭିଯୁକ୍ତଙ୍କୁ ଗିରଫ କରିଛି ପୁଲିସ ।



from Odisha Reporter https://ift.tt/338bNSB

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages