ଲଘୁଚାପ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, August 21, 2019

ଲଘୁଚାପ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦକ୍ଷିଣ ପୂର୍ବ ଉତ୍ତରପ୍ରଦେଶ ଓ ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ଟ୍ରାପ ଲାଇନ ଜାମସେଦପୁରରୁ ଦୀଘା ଦେଇ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ରହିଛି। ଅନ୍ୟ ଏକ ଟ୍ରାପ ଲାଇନ ଓଡ଼ିଶା ଦେଇ ଉପକୂଳ ଆନ୍ଧ୍ରପ୍ରଦେଶ ପର୍ଯ୍ୟନ୍ତ ରହିଛି। ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହୋଇପାରେ। ତେଣୁ ଆସନ୍ତା ୨୪ ଘଣ୍ଟା ଯାଏ ସତର୍କ ସୂଚନା ଜାରି କରାଯାଇଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ତେବେ କୋରାପୁଟ, ନବରଙ୍ଗପୁର, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

ସେହିପରି ମାଲକାନଗିରି, ରାୟଗଡ଼ା, କନ୍ଧମାଳ ଓ ବଲାଙ୍ଗିର ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ। ତା’ ଛଡ଼ା ଓଡ଼ିଶାର ଅନେକ ଜାଗାରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତେବେ ଅପରାହ୍ଣ ବେଳକୁ ଝାରସୁଗୁଡ଼ା, ସମ୍ୱଲପୁର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ସୋନପୁର, ବୌଦ୍ଧ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବା  ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଦିଆଯାଇଛି।

ଗତ ୨୪ ଘଣ୍ଟା ଭିତରେ ମାଲକାନଗିରି ଜିଲ୍ଲାରେ ୧୬୫ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ରାଇରଙ୍ଗପୁରରେ ୫୮ ମିମି, କୋରାପୁଟରେ ୫୧. ୮ ମିମି ଓ ନବରଙ୍ଗପୁରରେ ୩୫ ମିମି ବର୍ଷା ହୋଇଛି।

ଅନ୍ୟପକ୍ଷରେ ଆସନ୍ତା ତିନିରୁ ୪ ଦିନ ପର୍ଯ୍ୟନ୍ତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏହି ଜିଲ୍ଲା ଗୁଡ଼ିକ ହେଉଛି-ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା। ସେହିପରି ଉତ୍ତର ଓଡ଼ିଶାର ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ମଧ୍ୟ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି।



from Odisha Reporter https://ift.tt/2TTpTTV

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages