ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, August 4, 2019

ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ: କଶ୍ମୀର ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ଏହି ବୈଠକର ୧ ଘଣ୍ଟା ପୂର୍ବରୁ ଗୃହମନ୍ତ୍ରୀ ଅମିତ ଶାହ, ଆଇନ ମନ୍ତ୍ରୀ ରବିଶଙ୍କର ପ୍ରସାଦ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିବା ସୂଚନା ରହିଛି। କ୍ୟାବିନେଟ୍ ମିଟିଂ ଆରମ୍ଭ ହେବା ପୂର୍ବରୁ ୧୦ ମିନିଟ୍ ପାଇଁ କ୍ୟାବିନେଟ ସୁରକ୍ଷା କମିଟି ବୈଠକ ବସିଥିଲା। ଏହି ବୈଠକରେ ପ୍ରଧାନମନ୍ତ୍ରୀଙ୍କ ସମେତ ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର ଏବଂ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଉପସ୍ଥିତ ଥିଲେ। କଶ୍ମୀର ପ୍ରସଙ୍ଗରେ ଏହି ବୈଠକରେ ଆଲୋଚନା ହୋଇଥିବା ସୂଚନା ରହିଛି।

ସୂଚନାଯୋଗ୍ୟ, ଗତ ଶୁକ୍ରବାର ଜମ୍ମୁ କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା ଥିବା ନେଇ ଗୃହ ମନ୍ତ୍ରଣାଳୟ କହିଥିଲା। ଏହାପରେ ଅମରନାଥ ଯାତ୍ରା ବାତିଲ୍ କରି ସମସ୍ତ ପର୍ଯ୍ୟଟକଙ୍କୁ ଫେରିଯିବା ପାଇଁ କୁହାଯାଇଥିଲା। ଏହାପରେ ଜମ୍ମୁ କଶ୍ମୀରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।

ଗତକାଲି ରାତିରୁ ମୋବାଇଲ ଇଣ୍ଟରନେଟ୍ ସେବା ବ୍ୟାହାତ ରଖାଯାଇଥିବା ବେଳେ ୧୪୪ ଧାରା ଲାଗୁ କରାଯାଇଛି। ଏହି ସମୟରେ ଏକାଠି ହୋଇ କୌଣସି ବ୍ୟକ୍ତି ସଭା ସମିତି କରିପାରିବେ ନାହିଁ ବୋଲି ନିୟମ ରହିଛି। ସେହିପରି ମଧ୍ୟରାତ୍ରୀରୁ ଜମ୍ମୁ କଶ୍ମୀରର ଦୁଇ ପୂର୍ବତନ ମୁଖ୍ୟମନ୍ତ୍ରୀ ଉମର ଅବଦୁଲ୍ଲା ଏବଂ ମେହବୁବା ମୁଫତିଙ୍କୁ ଗୃହବନ୍ଦୀ କରି ରଖାଯାଇଛି।



from Odisha Reporter https://ift.tt/31hVpx4

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages