ଆଜିଠୁ ଓଡ଼ିଆରେ ରେଳ ଟିକେଟ୍ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, August 23, 2019

ଆଜିଠୁ ଓଡ଼ିଆରେ ରେଳ ଟିକେଟ୍

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ଓଡ଼ିଆରେ ଟ୍ରେନ୍ ଟିକେଟ୍ ମିଳିବ। ଓଡ଼ିଆ ଅକ୍ଷରରେ ଲେଖା ହୋଇଥିବା ଅଣ ସଂରକ୍ଷିତ ଟ୍ରେନ୍‌ ଟିକେଟ ଯାତ୍ରୀମାନେ ପାଇପାରିବେ। ରାଜ୍ୟର ସମସ୍ତ ଷ୍ଟେସନରେ ଯାତ୍ରୀମାନଙ୍କୁ ଏହି ସୁବିଧା ଉପଲବ୍ଧ କରାଯିବ । କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ବ୍ୟବସ୍ଥାର ଶୁଭାରମ୍ଭ କରିବେ।

ଏହାସହ ଜୁନାଗଡ଼ ରୋଡ଼-ଭୁବନେଶ୍ୱର-ଜୁନାଗଡ଼ ରୋଡ଼ ଏକ୍ସପ୍ରେସର ପୃଥକ ଭାବେ ଚଳାଚଳ ଆରମ୍ଭ ହେବ। ଭୁବନେଶ୍ୱରର ପୂର୍ବତଟ ରେଳପଥ ମୁଖ୍ୟାଳୟରେ ଏହାର ଶୁଭାରମ୍ଭ ହେବ। ଏହି କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ ମନ୍ତ୍ରୀ ପଦ୍ମନାଭ ବେହେରା, ଅଶୋକ ଚନ୍ଦ୍ର ପଣ୍ଡା, ଲୋକସଭା ସାଂସଦ ଅପରାଜିତା ଷଡ଼ଙ୍ଗୀ ଓ ବିଧାୟକ ଅନନ୍ତ ନାରାୟଣ ଜେନା ଉପସ୍ଥିତ ରହିବେ।



from Odisha Reporter https://ift.tt/2PshuZ5

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages