ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି।
ଏହି ଅବସରରେ ସେ ସ୍ୱାଧୀନତା ସଂଗ୍ରାମୀଙ୍କ ସ୍ମୃତିଚାରଣ କରିଛନ୍ତି। ଦେଶ ପାଇଁ ସେମାନଙ୍କ ତ୍ୟାଗ, ବଳିଦାନକୁ ମନେ ପକାଇଛନ୍ତି।
ଏଥିସହ ରାଜ୍ୟବାସୀଙ୍କୁ ଉଦ୍ବୋଧନ ଦେଇ କହିଛନ୍ତି,“ ମହତ୍ମା ଗାନ୍ଧିଙ୍କ ୧୫୦ତମ ଜୟନ୍ତୀ ସାରା ଦେଶ ପାଳନ କରିବ। 5Tକୁ ଭିତ୍ତି କରି ରାଜ୍ୟସରକାର କାମ କରୁଛନ୍ତି। ଆମର ପ୍ରତ୍ୟେକ କାର୍ଯ୍ୟକ୍ରମର କେନ୍ଦ୍ରବିନ୍ଦୁ ସାଧାରଣ ଲୋକେ। ସାଧାରଣ ଲୋକଙ୍କ ମତାମତ ଆମ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଅଟେ। ”
ସୂଚନାଯୋଗ୍ୟ, ଏଥର ଚଳିତବର୍ଷ ପ୍ରଥମ ଥର ପାଇଁ ମହାତ୍ମା ଗାନ୍ଧି ମାର୍ଗ ପରିବର୍ତ୍ତେ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ଉତ୍ସବ ପାଳନ ହୋଇଛି।
from Odisha Reporter https://ift.tt/303KTt9
No comments:
Post a Comment