୨୪ ଘଣ୍ଟା ମଧ୍ୟରେ ପୁଣି ଏକ ଲଘୁଚାପ, ୫ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, August 17, 2019

୨୪ ଘଣ୍ଟା ମଧ୍ୟରେ ପୁଣି ଏକ ଲଘୁଚାପ, ୫ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାରି ପ୍ରଭାବରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୫ ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ବରଗଡ଼ ଓ ଝାରସୁଗୁଡ଼ା। ତା’ଛଡ଼ା ଓଡ଼ିଶାର ଅନେକ  ଜାଗାରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଏହି ଲଘୁଚାପ ହେଲେ ବାଲେଶ୍ୱର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, ସୋନପୁର, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ମଧ୍ୟ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ସେହିପରି ଆଜି ସକାଳ ୮ଟା ୩୦ ସୁଦ୍ଧା ଓଡ଼ିଶାର ବିଭିନ୍ନ ସ୍ଥାନରେ ହୋଇଥିବା ବର୍ଷାର ପରିମାଣ ରେକର୍ଡ କରାଯାଇଛି। ଝାରସୁଗୁଡ଼ାରେ ସର୍ବାଧିକ ୭୮.୨ ମିମି, ବାରିପଦାରେ ୬୩.୪, କଟକରେ ୩୯.୪, ଭୁବନେଶ୍ୱରରେ, ସୁନ୍ଦରଗଡ଼ରେ ୨୫ ଓ ତାଳଚେରରେ ୩୫ ମିମି ବର୍ଷା ରେକର୍ଡ କରାଯାଇଛି।

ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବାରୁ  ଆସନ୍ତା ୧୨ ଘଣ୍ଟା ଯାଏ ସମୁଦ୍ର ଅଶାନ୍ତ ରହିପାରେ। ତେଣୁ ମତ୍ସଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।



from Odisha Reporter https://ift.tt/2HbU1Vi

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages