୫ ଅଗଷ୍ଟ, ସୋମବାର: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, August 4, 2019

୫ ଅଗଷ୍ଟ, ସୋମବାର: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ

ମେଷ: ଦିନଟି ଭଲରେ କଟିବ। ମାଲି-ମକଦ୍ଦମାରେ ବିଜୟୀ ହେବେ। ଅପରାହ୍ଣ ପରେ ଶୁଭ ଖବର ଶୁଣିବେ।

ବୃଷ: ବ୍ୟବସାୟରେ ଅଧିକ ଲାଭ ମିଳିବ। ପଦୋନ୍ନତି ଯୋଗ ରହିଛି। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

ମିଥୁନ: ଖାଦ୍ୟପେୟ ପ୍ରତି ଯତ୍ନବାନ ହୁଅନ୍ତୁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ପିଲାଙ୍କୁ ନେଇ ଚିନ୍ତିତ ରହିବେ।

କର୍କଟ: ପରିବାରରେ ହସଖୁସିର ପରିବେଶ ରହିବ। କାର୍ଯ୍ୟକ୍ଷେତ୍ରରେ ପ୍ରଂଶସିତ ହେବେ। ମା’ଙ୍କ ସହଯୋଗ ମିଳିବ।

ସିଂହ: ଅଳସୁଆ ଅନୁଭବ କରିବେ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

କନ୍ୟା: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବ୍ୟବସାୟରେ ସମସ୍ୟା ଦେଖା ଯାଇପାରେ। ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି। ହଳଦିଆ ବସ୍ତ୍ର ଦାନ କରନ୍ତୁ।

ତୁଳା:  ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କଟିବ। ଧନପ୍ରାପ୍ତିର ଯୋଗ ରହିଛି। ମାନ-ସମ୍ମାନ ମିଳିବ।

ବିଚ୍ଛା: ରୋଗରେ ପଡ଼ିଥିବା ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟରେ ସୁଧାର ଆସିପାରେ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

ଧନୁ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଛାତିରେ ଯନ୍ତ୍ରଣା ଅନୁଭବ କରି ପାରନ୍ତି। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ।

ମକର: ଆଜି ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ପରିବାର ସଦସ୍ୟଙ୍କ ସହ ଝଗଡ଼ା ହୋଇପାରେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

କୁମ୍ଭ: ବନ୍ଧୁଙ୍କ ସହଯୋଗ ମିଳିବ। ସୁସ୍ୱାଦୁ ଖାଦ୍ୟ ଖାଇବେ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ମୀନ:  ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।



from Odisha Reporter https://ift.tt/2yzYfBs

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages