ହଳ କରୁଥିଲେ, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଟଳି ପଡ଼ିଲେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, August 15, 2019

ହଳ କରୁଥିଲେ, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଟଳି ପଡ଼ିଲେ

ବଣାଇ(ରଣଜିତ୍ ଚୌଧୁରୀ): ହଳ କରିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ଚାଷୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଘଟଣା ଘଟିଛି ସୁନ୍ଦରଗଡ଼ ଜିଲ୍ଲା ବଣାଇ ଥାନା ଅନ୍ତର୍ଗତ ବଡ଼ ଗୋଗୁଆ ଗାଁରେ। ମୃତ ଚାଷୀଙ୍କ ନାଁ ଶ୍ୟାମଘନ ସାହୁ।

ଆଜି ସକାଳେ ଶ୍ୟାମଘନ ନିଜ ଚାଷ ଜମିରେ ହଳ କରିବାକୁ ଯାଇଥିଲେ। ଏହି ସମୟରେ ଜମି ଭିତରେ ତାଙ୍କର ଏକ ବଳଦ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିଲା। ବଳଦକୁ ଉଦ୍ଧାର କରିବାକୁ ଯାଇ ଶ୍ୟାମଘନ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସିଥିଲେ। ଫଳରେ ବଳଦ ସହ ଶ୍ୟାମଘନଙ୍କ ମଧ୍ୟ  ମୃତ୍ୟୁ ଘଟିଥିଲା। ଏହାପରେ ଗାଁ ଲୋକେ ପୁଲିସ୍‌କୁ ଖବର ଦେଇଥିଲେ।

ପୁଲିସ୍ ଘଟଣାସ୍ଥରେ ପହଞ୍ଚିଥିଲେ ମଧ୍ୟ ବିଦ୍ୟୁତ୍‌ ବିଭାଗର କୌଣସି କର୍ମଚାରୀ ନ ପହଞ୍ଚିବାରୁ ଗାଁ ଲୋକେ ଓ ମୃତକଙ୍କ ପରିବାର ଲୋକେ ବଣାଇ ବିଦ୍ୟୁତ୍‌ କାର୍ଯ୍ୟାଳୟରେ ଭଙ୍ଗାରୁଜା କରିଛନ୍ତି। ଘଟଣାସ୍ଥଳରେ ଉତ୍ତେଜନାକୁ ଦୃଷ୍ଟିରେ ରଖି ପୁଲିସ୍ ମୁତୟନ କରାଯାଇଛି। ବିଦ୍ୟୁତ୍ ବିଭାଗର ବେପରୁଆ ମନୋଭାବ ଯୋଗୁ ଚାଷୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତ ଚାଷୀଙ୍କ ପରିବାରକୁ କ୍ଷତିପୂରଣ ଦେବାକୁ ଗାଁ ଲୋକେ ଦାବି କରିଛନ୍ତି।



from Odisha Reporter https://ift.tt/2ZchOyq

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages