‘ମୋଦି ଆରମ୍ଭ କରିଥିଲେ, ଆମେ ଶେଷ କରିବୁ’ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, August 27, 2019

‘ମୋଦି ଆରମ୍ଭ କରିଥିଲେ, ଆମେ ଶେଷ କରିବୁ’

ନୂଆଦିଲ୍ଲୀ: କାଶ୍ମୀର ପ୍ରସଙ୍ଗରେ ସବୁଆଡ଼ୁ ନିରାଶ ହେବା ପରେ ଗୋଟିଏ ପରେ ଗୋଟିଏ ନୂଆ ଧମକ ଦେଇ ଚାଲିଛି ପାକିସ୍ତାନ। ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ପରମାଣୁ ଯୁଦ୍ଧର ଧମକ ଦେବାର ୨୪ ଘଣ୍ଟା ନପୂରୁଣୁ ପୁଣିଥରେ ପାକିସ୍ତାନ ଆଉ ଏକ ନୂଆ ଧମକ ଦେଇଛି।

ଭାରତୀୟ ବିମାନ ପାଇଁ ନିଜ ଆକାଶ ମାର୍ଗକୁ ସମ୍ପୂର୍ଣ୍ଣ ବନ୍ଦ କରିବାକୁ ଚେତାବନୀ ଦେଇଛି ପାକିସ୍ତାନ। ପାକିସ୍ତାନର ସ୍ଥଳଭାଗକୁ  ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ବାଣିଜ୍ୟ ପଥ ଭାବେ ବ୍ୟବହାର କରାଯାଉଛି। ଏହାକୁ ମଧ୍ୟ ବନ୍ଦ କରିବା ନେଇ ପାକିସ୍ତାନ ପ୍ରଧାନମନ୍ତ୍ରୀ ବିଚାର କରୁଛନ୍ତି। ପାକିସ୍ତାନର ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଫାୱାଦ୍‌ ହୁସେନ୍‌ ଏନେଇ ଗତକାଲି ଏକ ଟ୍ୱିଟ୍‌ରେ ସୂଚନା ଦେଇଛନ୍ତି।

ଏନେଇ ପାକିସ୍ତାନ କ୍ୟାବିନେଟ୍‌ ବୈଠକରେ ପ୍ରସ୍ତାବ ରଖାଯାଇଥିବା ସେ କହିଛନ୍ତି। ଏସବୁକୁ ନେଇ ଆଇନଗତ ଔପଚାରିକ ଉପରେ ମଧ୍ୟ ବିଚାର କରାଯାଉଛି। ମୋଦି ଆରମ୍ଭ କରିଥିଲେ, ଆମେ ଶେଷ କରିବୁ ବୋଲି ଫାୱାଦ୍‌ ହୁସେନ୍‌ ଟ୍ୱିଟ୍‌ରେ ଉଲ୍ଲେଖ କରିଛନ୍ତି।

ଫ୍ରାନ୍ସରେ ଜି-୭ ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ହୋଇଥିଲା। ଏହି ଆଲୋଚନା ସମୟରେ କାଶ୍ମୀର ସ୍ଥିତି ନେଇ ଟ୍ରମ୍ପ ସନ୍ତୋଷ ବ୍ୟକ୍ତ କରିବା ପରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ହତାଶ ହୋଇପଡ଼ିଛନ୍ତି। ପାକିସ୍ତାନର ଶେଷ ଭରସା ଆମେରିକା ରହିଥିଲେ ହେଁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କାଶ୍ମୀର ପ୍ରସଙ୍ଗରେ ୟୁ-ଟର୍ଣ୍ଣ ନେଇଛନ୍ତି। ଯାହାକୁ ନେଇ ଇମ୍ରାନ୍‌ ଖାନ୍‌ ବିଚଳିତ ହୋଇପଡ଼ିଛନ୍ତି।

ସୂଚନାଯୋଗ୍ୟ, ଜମ୍ମୁ-କାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ହେବା ପରେ ପାକିସ୍ତାନ ବିଚଳିତ ହୋଇପଡ଼଼ିଛି। ଭାରତ ସରକାରଙ୍କ ଦ୍ୱାରା ନିଆଯାଇଥିବା ନିଷ୍ପତ୍ତିକୁ ପାକିସ୍ତାନ ଅସାମ୍ୱିଧାନିକ କହିଛି। ଏହାପରେ ପାକିସ୍ତାନ ଜାତିସଂଘ ସୁରକ୍ଷା ପରିଷଦର ଦ୍ୱାରସ୍ଥ ହୋଇଥିଲା। ଜମ୍ମୁ-କାଶ୍ମୀର ପ୍ରସଙ୍ଗକୁ ପାକିସ୍ତାନ ଅନ୍ତରାଷ୍ଟ୍ରୀୟ ପ୍ରସଙ୍ଗ କରୁଥିବା ବେଳେ ଭାରତ କିନ୍ତୁ ଶିମଲା ଚୁକ୍ତି ଅନୁଯାୟୀ ଦ୍ୱିପାକ୍ଷିକ କହିଛି। ଏହା ଦ୍ୱିପାକ୍ଷିକ ଆଲୋଚନା ମାଧ୍ୟମରେ ସମାଧାନ ହେବ, ତୃତୀୟ ପକ୍ଷ କେହି ରହିପାରିବେ ନାହିଁ ବୋଲି ଭାରତ ସ୍ପଷ୍ଟ କରି ସାରିଛି।



from Odisha Reporter https://ift.tt/343u4kv

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages