ବାରିପଦା (ମାଣିକ ପାଣି ): ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମୟୂରଭଞ୍ଜ ଜିଲ୍ଲା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ବାଙ୍ଗିରିପୋଷି ଘାଟିରେ ଆଜି ଭୋରରୁ ୨ଟି ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଘଟଣାସ୍ଥଳରେ ଜଣେ ଟ୍ରକ୍ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଏକ ଟ୍ରକ ଡ୍ରାଇଭର ଗୁରୁତର ହୋଇଛନ୍ତି।
ତାଙ୍କୁ ପ୍ରଥମେ ବାଙ୍ଗିରିପୋଷି ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ସଙ୍କଟାପନ୍ନ ହେବାରୁ ସେଠାରୁ ତାଙ୍କୁ ବାରିପଦାସ୍ଥିତି ପିଆରଏମ୍ ମେଡ଼ିକାଲ କଲେଜ ଆଣ୍ଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।
ମିଳିଥିବା ସୂଚନା ଅନୁଯାୟୀ, ଗୋଟିଏ ଟ୍ରକ ପିଆଜ ବୋଝେଇ କରି ନାସିକ୍କୁ କଲିକତା ଅଭିମୁଖେ ଯାଉଥିଲା। ଅପର ପାର୍ଶ୍ୱରୁ ଆସୁଥିବା ଲୁହା ବୋଝେଇ ଟ୍ରକ୍ଟି କଲିକତାରୁ ସମ୍ବଲପୁର ଯାଉଥିଲା। ବାଙ୍ଗିରିପୋଷି ଘାଟିରେ ଉଭୟ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା।
ଖବର ପାଇ ବାଙ୍ଗିରିପୋଷି ପୁଲିସ୍ ଓ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଥିଲେ। ଏଥିଯୋଗୁ ପ୍ରାୟ ୩ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ରାସ୍ତାର ଉଭୟ ପାର୍ଶ୍ୱରେ ଯାନବାହନ ଅଟକି ରହିଥିଲା।
ବାଙ୍ଗିରିପୋଷି ଘାଟିରେ ସବୁବେଳେ ଦୁର୍ଘଟଣା ଘଟି ଜୀବନ ଯାଉଥିଲେ ମଧ୍ୟ ଏହାକୁ ରୋକିବାକୁ ପ୍ରଶାସନିକ ସ୍ତରରେ ତତ୍ପରତା ପ୍ରକାଶ ପାଉ ନ ଥିବାରୁ ଅସନ୍ତୋଷ ବଢ଼ିବାରେ ଲାଗିଛି।
from Odisha Reporter https://ift.tt/2LdAOUm
No comments:
Post a Comment