ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ ଆଭ୍ୟନ୍ତରୀଣ ଓଡ଼ିଶାରେ ରହିଛି। ଏହାର ପ୍ରଭାବରେ ସାରା ରାଜ୍ୟରେ ଆଜି ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। କିନ୍ତୁ ମାଲକାନଗିରି, କୋରାପୁଟ ଓ ଗଜପତି ଜିଲ୍ଲାର ଗୋଟିଏ, ଦୁଇଟି ଜାଗାରେ ଆଜି ପ୍ରବଳ ବର୍ଷା ହେବ। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଲକ୍ଷ୍ମୀଧର ମହାପାତ୍ର କହିଛନ୍ତି, “ଆଜି ମାଲକାନଗିରି, କୋରାପୁଟ ଓ ଗଜପତି ଜିଲ୍ଲାର କିଛି ଜାଗାରେ ପ୍ରବଳ ବର୍ଷା ହେବ। ଏଥିସହ କିଛି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡିକ ହେଉଛି- ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କନାଳ, କଟକ, ଖୋର୍ଦ୍ଧା,ନୟାଗଡ଼, କେନ୍ଦ୍ରାପଡ଼ା ଓ ଯାଜପୁର।
ଆସନ୍ତା ଦୁଇ ତାରିଖ ବେଳକୁ ଆଉ ଏକ ଲଘୁଚାପ ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଲଘୁଚାପ ହେବା ପରେ କନ୍ଧମାଳ, ବ୍ରହ୍ମପୁର ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ସେହିପରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।”
from Odisha Reporter https://ift.tt/2Hxxm5U
No comments:
Post a Comment