କଲେଜ୍‌ ପରିସରରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, August 10, 2019

କଲେଜ୍‌ ପରିସରରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଦେବଗଡ଼(ସିଦ୍ଧାର୍ଥ ଗୁରୁ): ଦେବଗଡ଼ କଲେଜ୍‌ ପରିସରରୁ ଆଜି ଜଣେ ଯୁବକଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ପୁରୁଷୋତ୍ତମ ପଲେଇ (୨୫)। ତାଙ୍କ ଘର ନିକଟସ୍ଥ ରଙ୍ଗିଅଗୁଡ଼ା ସାହିରେ।

କଲେଜ୍‌ ପରିସରରେ ଏକ ଶାଳଗଛରେ ତାଙ୍କର ଝୁଲନ୍ତା ମୃତଦେହ ଠାବ କରାଯାଇଥିଲା। ପ୍ରଥମେ କଲେଜ୍‌ର ଜଗୁଆଳି ଏହି ମୃତଦେହକୁ ଦେଖିଥିଲେ। ଏନେଇ ସେ କଲେଜ୍ ଅଧ୍ୟକ୍ଷା ସନ୍ତୋଷିନୀ ଶତପଥୀଙ୍କୁ ସୂଚନା ଦେଇଥିଲେ। ଏହାପରେ ଅଧ୍ୟକ୍ଷା ପୁଲିସ୍‌କୁ ଖବର ଦେଇଥିଲେ।

ଘଟଣାସ୍ଥଳରେ ଦେବଗଡ଼ ଥାନା ପୁଲିସ୍‌ ପହଞ୍ଚି ମୃତଦେହକୁ ଗଛରୁ ଓହ୍ଲାଇବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି। ପୁଲିସ୍ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ସେ ଆତ୍ମହତ୍ୟା କରିଛନ୍ତି ନା ଆଉ କିଛି ଘଟିଛି, ତାହା ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଜଣାପଡ଼ିବ ବୋଲି ପୁଲିସ୍ କହିଛି।



from Odisha Reporter https://ift.tt/31xFICk

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages