ଡିପ୍ ଡିପ୍ରେସନରେ ପରିଣତ ହେଲା ଲଘୁଚାପ; ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, August 6, 2019

ଡିପ୍ ଡିପ୍ରେସନରେ ପରିଣତ ହେଲା ଲଘୁଚାପ; ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଡିପ୍ ଡିପ୍ରେସନରେ ପରିଣତ ହୋଇଛି। ଏହା ବାଲେଶ୍ୱର ଉପକୂଳଠାରୁ ୭୦ କିଲୋମିଟର ଦୂର ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ହୋଇଛି। ଏହା କ୍ରମଶଃ ଘନୀଭୂତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗ ଆଡକୁ ଗତି କରୁଛି। ଧିରେ ଧିରେ ଏହା ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗର ବିଭାଗର ଡ୍ୟୁଟି ଅଫିସର ଚରଣ ବେହେରା ଏହି ସୂଚନା ଦେଇଛନ୍ତି।

ପାଣିପାଗର ବିଭାଗ ଅଧିକାରୀଙ୍କଠାରୁ ମିଳିଥିବା ସୂଚନା ଅନୁଯାୟୀ, “ ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମ୍ବଲପୁର, ଦେବଗଡ଼,ବଲାଙ୍ଗିର, ନୂଆପଡ଼ା ଓ ବରଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସୋନପୁର, ଝାରସୁଗୁଡ଼ା, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ସେହିପରି ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ମଧ୍ୟ ବର୍ଷା ଆଶଙ୍କା ରହିଛି। ”

ଶ୍ରୀ ବେହେରା କହିଛନ୍ତି,“ ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ସେଥିପାଇଁ ୨ ଦିନ ଯାଏ’ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବା ଲାଗି ବାରଣ କରାଯାଇଛି ।



from Odisha Reporter https://ift.tt/2TdE9GC

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages