କାଲି ଲଘୁଚାପ; ୯ ଜିଲ୍ଲାରେ ପ୍ରବଳ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, August 27, 2019

କାଲି ଲଘୁଚାପ; ୯ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ଉତ୍ତର ବଙ୍ଗୋପ ସାଗରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଢେଙ୍କାନାଳ, କଟକ, ନବରଙ୍ଗପୁର ଓ କୋରପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗର ଡ୍ୟୁଟି ଅଫିସର ଲକ୍ଷ୍ମୀକାନ୍ତ ଗିରି ଆଜି ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି, “ଉତ୍ତର-ପଶ୍ଚିମ ବଙ୍ଗୋପ ସାଗରରେ ଘୂର୍ଣ୍ଣି ବଳୟ ସକ୍ରିୟ ରହିଛି। ଏଥିସହିତ ରାଜସ୍ଥାନରୁ ଏକ ଟ୍ରଫ୍‌ ଲାଇନ୍‌ ବାଲେଶ୍ୱର ଦେଇ ଲମ୍ବିଛି। ଏହା ପ୍ରଭାବରେ ଆଜି ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ସ୍ୱଳ୍ପ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।”

ଶ୍ରୀ ଗିରି ଆହୁରି କହିଛନ୍ତି, “ଆସନ୍ତାକାଲି ଉତ୍ତର ବଙ୍ଗୋପସାଗରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିଯୋଗୁ ୩୦ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ୩୧ ଓ ୧ ତାରିଖରେ କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି କୋରାପୁଟ ଓ କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।”

ସୂଚନାଯୋଗ୍ୟ, ପୂର୍ବରୁ ପାଣିପାଗ ବିଭାଗ ଆଜି ଅର୍ଥାତ୍ ବୁଧବାର ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଥିବା କହିଥିଲା।



from Odisha Reporter https://ift.tt/2HtA6RW

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages