ଆଜି ଏହି ସବୁ ଜିଲ୍ଲାରେ  ପ୍ରବଳ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, August 23, 2019

ଆଜି ଏହି ସବୁ ଜିଲ୍ଲାରେ  ପ୍ରବଳ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୪ ଘଣ୍ଟା ମଧ୍ୟରେ  ମୟୂରଭଞ୍ଜ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ଦେବଗଡ଼, ବୌଦ୍ଧ, ସୋନପୁର, ବଲାଙ୍ଗିର, କଳାହାଣ୍ଡି ଓ କୋରାପୁଟ ଜିଲ୍ଲା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହିତ ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।  ଆଜି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ଡ୍ୟୁଟି ଅଫିସର ଲକ୍ଷ୍ମୀକାନ୍ତ ଗିରି  ଏହି ସୂଚନା ଦେଇଛନ୍ତି।

ସେ ଆହୁରି କହିଛନ୍ତି,“ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଏହା ଲଘୁଚାପ ରୂପ ନେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ଆସନ୍ତାକାଲି ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ। ପରେ ବର୍ଷାର ପରିମାଣ କମିବ। ଏହାପରେ ୨୮ ଓ ୨୯ ତାରିଖ ବେଳକୁ ପୁଣି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି।”

ଶ୍ରୀ ଗିରି କହିଛନ୍ତି,“ ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ  ଦୁଇ ଦିନ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି। ”



from Odisha Reporter https://ift.tt/31ZNaGi

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages