ପୂର୍ବତନ ଗୃହ ରାଜ୍ୟମନ୍ତ୍ରୀ ଚିନ୍ମୟାନନ୍ଦଙ୍କ ବିରୋଧରେ ଅଭିଯୋଗ କରିଥିବା ଛାତ୍ରୀ ରାଜସ୍ଥାନରୁ ଉଦ୍ଧାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, August 30, 2019

ପୂର୍ବତନ ଗୃହ ରାଜ୍ୟମନ୍ତ୍ରୀ ଚିନ୍ମୟାନନ୍ଦଙ୍କ ବିରୋଧରେ ଅଭିଯୋଗ କରିଥିବା ଛାତ୍ରୀ ରାଜସ୍ଥାନରୁ ଉଦ୍ଧାର

ନୂଆଦିଲ୍ଲୀ: ବାଜପେୟୀ ସରକାରରେ ଗୃହ ରାଜ୍ୟମନ୍ତ୍ରୀ ଥିବା ସ୍ୱାମୀ ଚିନ୍ମୟାନନ୍ଦଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଥିବା ଛାତ୍ରୀଙ୍କୁ ଉଦ୍ଧାର କରିଛି ଉତ୍ତର ପ୍ରଦେଶ ପୁଲିସ୍। ରାଜସ୍ଥାନରେ ଛାତ୍ରୀ ଜଣଙ୍କ ତାଙ୍କ ସାଙ୍ଗ ସଞ୍ଜୟ ସିଂହଙ୍କ ସହ ବୁଲୁଥିବା ବେଳେ ଆଜି ୟୁପି ପୁଲିସ ତାଙ୍କୁ ଉଦ୍ଦାର କରିଛି। ଏହାପରେ ଉଭୟଙ୍କୁ ପଚରାଉଚରା ପାଇଁ ଲକ୍ଷ୍ନୌ ଅଣାଯାଉଛି। ଉତ୍ତର ପ୍ରଦେଶ ଡିଜିପି ଓପି ସିଂହ କହିଛନ୍ତି ଛାତ୍ରୀ ଜଣଙ୍କ ନିଖୋଜ ହୋଇଯାଇଥିବାର ଖବର ସତ ନଥିଲା।
ସୂଚନାଯୋଗ୍ୟ, ଉତ୍ତର ପ୍ରଦେଶର ଶାହଜାହାଁପୁରରେ ଥିବା ଚିନ୍ମୟାନନ୍ଦ ଲ କଲେଜରେ ଏଲଏଲବି ପଢ଼ୁଥିବା ଛାତ୍ରୀ ଜଣଙ୍କ ଚିନ୍ମୟାନନ୍ଦଙ୍କ ବିରୋଧରେ ଶୋଷଣ ଅଭିଯୋଗ ଆଣିଥିଲେ। ଯାହାର ଭିଡିଓ ମଧ୍ୟ ସୋଶାଲ ମିଡିଆରେ ଭାଇରାଲ ହୋଇଥିଲା। ଏହାପରେ ନାଟକୀୟ ଭାବରେ ଅଭିଯୋଗ ଆଣିଥିବା ଛାତ୍ରୀ ଜଣଙ୍କ ନିଖୋଜ ହୋଇ ଯାଇଥିଲେ।
ଏହାପରେ ଚିନ୍ମୟାନନ୍ଦଙ୍କ ବିରୋଧରେ ଅପହରଣ ମାମଲା ରୁଜୁ କରି ପୁଲିସ୍ ତଦନ୍ତ ଚଳାଇଥିଲା। ଏହାପରେ ଛାତ୍ରୀଙ୍କୁ ଉଦ୍ଧାର କରାଯାଇଥିବା ୟୁପି ପୁଲିସ୍ ଟୁଇଟ୍ କରି ସୂଚନା ଦେଇଛି। ୟୁପିର ବିଭିନ୍ନ ସ୍ଥାନରେ ଉପନିର୍ବାଚନ ହେବାକୁ ଥିବା ବେଳେ ଚିନ୍ମୟାନନ୍ଦଙ୍କ ବିରୋଧରେ ଅପହରଣ ଅଭିଯୋଗକୁ ନେଇ ରାଜନୀତି ମଧ୍ୟ ସରଗରମ ହୋଇଛି। ଛାତ୍ରୀ ଜଣଙ୍କୁ ଠାବ କରିବାରେ ବିଳମ୍ବ ହେବାରୁ ପୁଲିସର ତଦନ୍ତ ଉପରେ ମଧ୍ୟ ପ୍ରଶ୍ନ ଉଠିଥିଲା। ଏହାପରେ ଗତକାଲି ଦିଲ୍ଲୀରେ ଯୁବତୀ ଥିବା ନେଇ ପୁଲିସ ଜାଣିବାକୁ ପାଇଥିଲା। ଶେଷରେ ୬ ଦିନ ପରେ ୨୩ ବର୍ଷୀୟ ଏଲଏଲବି ପଢ଼ୁଥିବା ଯୁବତୀଙ୍କୁ ଉଦ୍ଧାର କରିବାରେ ପୁଲିସ୍ ସଫଳ ହୋଇଛି।


from Odisha Reporter https://ift.tt/2L78ggh

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages