ପୁରୀ ନେବ ନୂଆ ରୂପ: ଖର୍ଚ୍ଚ ହେବ ୫୦୦ କୋଟି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, August 23, 2019

ପୁରୀ ନେବ ନୂଆ ରୂପ: ଖର୍ଚ୍ଚ ହେବ ୫୦୦ କୋଟି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପର୍ଯ୍ୟଟନ ସହର ପୁରୀର ଭିତ୍ତିଭୂମି ବିକାଶ ଲାଗି ୫୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି। ୫୦୦ କୋଟି ଟଙ୍କାରେ ସହରରେ ନୂଆ ରାସ୍ତା, ସେତୁ, ପାର୍କିଂ ପ୍ଲେସ କରାଯିବ।

ମାଳତୀପାଟପୁରରୁ ଜଗନ୍ନାଥ ବଲ୍ଲଭ ମଠକୁ ସଂଯୋଗ କରିବା ଲାଗି ୧୯୦ କୋଟି ଟଙ୍କା ବ୍ୟୟରେ ଶ୍ରୀସେତୁ ନିର୍ମାଣ ହେବ। ଏହାସହ ଜଗନ୍ନାଥବଲ୍ଲଭ ମଠରେ ବହୁତଳ ପାର୍କିଂ ପ୍ଲେସ, ୧୦ ହଜାର ଲୋକଙ୍କ ପାଇଁ ମେଡିଟେସନ ସେଣ୍ଟର ଓ ମାର୍କେଟ କଂପ୍ଲେକ୍ସ ନିର୍ମାଣ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି। ଏ ବାବଦରେ ୧୮୦ କୋଟି ଟଙ୍କା ଖର୍ଚ୍ଚ କରାଯିବ।

ସେହିପରି  ଶ୍ରୀମନ୍ଦିର ସୁରକ୍ଷା ଜୋନରେ ଆସୁଥିବା ମଠଗୁଡ଼ିକୁ ଅନ୍ୟତ୍ର ସ୍ଥାନାନ୍ତର କରିବା ଲାଗି ନିଷ୍ପତ୍ତି ହୋଇଛି। ଅବଢ଼ା ଯୋଜନାରେ ମଠ ପୁନରୁଦ୍ଧାର ପାଇଁ ସହଯୋଗ କରିବେ ରାଜ୍ୟ ସରକାର। ନିରାପତ୍ତା ବଳୟ ଭିତରେ ଥିବା ଦୋକାନ  ଓ ଘରକୁ ମଧ୍ୟ ସ୍ଥାନାନ୍ତର କରାଯିବ। ଏଥିପାଇଁ ସରକାର ଘର ଯୋଗାଇଦେବେ। ଏହାବ୍ୟତୀତ ମୂଷା ନଦୀକୁ ମଙ୍ଗଳା ନଦୀ ସହ ସଂଯୋଗ କରାଯିବ । ମୂଷା ନଦୀ କୂଳରେ ପର୍ଯ୍ୟଟନ ବିକାଶ ପାଇଁ ୮୫ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି। ୫ କୋଟି ଟଙ୍କା ଖର୍ଚ୍ଚ କରାଯାଇ ଅଠରନଳାର ସୌନ୍ଦର୍ଯ୍ୟକରଣ କରାଯିବ ବୋଲି ବୈଠକରେ ସ୍ଥିର ହୋଇଛି।

ଭୁବନେଶ୍ୱର ଲୋକସେବା ଭବନରେ ଆୟୋଜିତ ଉଚ୍ଚସ୍ତରୀୟ ବୈଠକରେ ପୁରୀର ବିକାଶ କାର୍ଯ୍ୟର ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ଏହି ବୈଠକରେ ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ, ଆଇନ ମନ୍ତ୍ରୀ, ପୁରୀ ଜିଲ୍ଲାପାଳ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, କେନ୍ଦ୍ରାଞ୍ଚଳ DIG ପ୍ରମୁଖ ଉପସ୍ଥିତ ଥିଲେ।



from Odisha Reporter https://ift.tt/2Pb1gU0

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages