ନିଲମ୍ବିତ ହେବେ ଝାରସୁଗୁଡ଼ା ଜିଲ୍ଲାପାଳ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, August 13, 2019

ନିଲମ୍ବିତ ହେବେ ଝାରସୁଗୁଡ଼ା ଜିଲ୍ଲାପାଳ

ଝାରସୁଗୁଡ଼ା (ଭାଗିରଥୀ ସାହୁ ): ହାଇକୋର୍ଟଙ୍କ ନିର୍ଦ୍ଦେଶ ଉଲ୍ଲଂଘନ ଅଭିଯୋଗରେ ନିଲମ୍ବିତ ହେବେ ଝାରସୁଗୁଡ଼ା ଜିଲ୍ଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ। ଏଥିନିମନ୍ତେ  ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ମୁଖ୍ୟ ବିଚାରପତି ଜଷ୍ଟିସ୍ କେ.ଏସ୍. ଜାଭେରୀ ଓ ଜଷ୍ଟିସ୍ କେ. ଆର. ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଏଭଳି ନିର୍ଦ୍ଦେଶ ଦେଇଛନ୍ତି ।

ହାଇକୋର୍ଟଙ୍କ ୨୦୧୯ ମାର୍ଚ୍ଚ ୧୯ର ଅନ୍ତରୀଣ ନିର୍ଦ୍ଦେଶ ଉଲ୍ଲଂଘନ ସ୍ପଷ୍ଟ ହେବା ପରେ ଜିଲ୍ଲାପାଳଙ୍କ ନିଲମ୍ବନ ପାଇଁ ପଦକ୍ଷେପ ନେବାକୁ ରାଜ୍ୟ ସରକାରଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । କେ. ବୀଣା ପଟ୍ଟନାୟକଙ୍କ ପକ୍ଷରୁ ଦାୟର ମାମଲାର ଶୁଣାଣି କରି ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି । ମାମଲାର ପରବର୍ତ୍ତୀ ଶୁଣାଣି ଅଗଷ୍ଟ ୨୭ରେ କରାଯିବା ପାଇଁ ଧାର୍ଯ୍ୟ ହୋଇଛି ।

ଆବେଦନକାରୀଙ୍କୁ ମଦ ଦୋକାନ ପାଇଁ ଲାଇସେନ୍ସ ମଞ୍ଜୁର ହୋଇଥିବା ବେଳେ ସ୍ଥାନୀୟ ବାସିନ୍ଦାଙ୍କ ବିରୋଧ ଯୋଗୁଁ ସେ ଦୋକାନ ଖୋଲିପାରିନଥିଲେ । ଦୋକାନ ଖୋଲିନଥିବା ଅବଧି ପାଇଁ କିନ୍ତୁ ଅବକାରୀ ବିଭାଗ ତାଙ୍କ ନିକଟରୁ ଦେୟ ଦାବି କରିଥିଲା । ଅବକାରୀ ବିଭାଗର ଏହି ପଦକ୍ଷେପକୁ ଚାଲେଞ୍ଜ କରି ଆବେଦନକାରୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ।

୨୦୧୯ ମାର୍ଚ୍ଚ ୧୯ରେ ହାଇକୋର୍ଟ ମାମଲାର ଶୁଣାଣି କରି ସରକାରଙ୍କୁ ନୋଟିସ୍ ଜାରି କରିଥିଲେ । ଏଥିସହ ଆବେଦନକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଉପରେ ଅନ୍ତରୀଣ ଅଙ୍କୁଶ ଜାରି କରିଥିଲେ । ହାଇକୋର୍ଟଙ୍କ ପୂର୍ବ ନିର୍ଦ୍ଦେଶ ଉଲ୍ଲଂଘନ କରି ଝାରସୁଗୁଡ଼ା ଜିଲ୍ଲାପାଳ ଏପ୍ରିଲ ୨୫ରେ ସାନି ନିର୍ଦ୍ଦେଶନାମା ଜାରି କରିଥିଲେ ।



from Odisha Reporter https://ift.tt/2YWJN5l

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages