ଛେଳି ଖୋଜିବା ପାଇଁ ଯାଇଥିଲେ, ଘଟିଲା ଅଘଟଣ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, August 22, 2019

ଛେଳି ଖୋଜିବା ପାଇଁ ଯାଇଥିଲେ, ଘଟିଲା ଅଘଟଣ

ଆସିକା(ମନୋଜ ମୁନି): ହଜି ଯାଇଥିବା ଛେଳିକୁ ଖୋଜିବା ପାଇଁ ଜଙ୍ଗଲକୁ ଯାଇଥିଲେ୨ ଭାଇ। ଛେଳି ତ ପାଇଲେନି। ତା ପୂର୍ବରୁ ନିଜେ ବାରହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଗଲେ। ଏଥିଯୋଗୁ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଜଣେ  ଗୁରୁତର ଆହତ ହୋଇଛନ୍ତି। ଏଭଳି ଦୁଃଖଦ ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ଦୋରାବଗଡ଼ ଗାଁରେ।

ମୃତକ ହେଲେ ଏନ.ନରସିଂହ ଦୋରା। ଆହତ ଡି.ନାଗେଶ୍ଵର ଦୋରାଙ୍କୁ ବ୍ରହ୍ମପୁର ବଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏମାନେ ସମ୍ପର୍କରେ ଦୁଇ ଭାଇ ।

ସୂଚନାଅନୁଯାୟୀ, ଗତକାଲି ସନ୍ଧ୍ୟାରେ ଦୁଇ ଭାଇ ହଜି ଯାଇଥିବା ଛେଳିକୁ ଖୋଜିବା ପାଇଁ ଜଙ୍ଗଲକୁ ଯାଇଥିଲେ। ହେଲେ ଅଜାଣତରେ ପୂର୍ବରୁ ଜଙ୍ଗଲରେ ବାରାହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଉଭୟ ଆସି ଯାଇଥିଲେ। ଘଟଣାସ୍ଥଳରେ ସାନ ଭାଇର ମୃତ୍ୟୁ ଘଟିଥିବା ବେଳେ ବଡ଼ ଭାଇ ଗୁରୁତର ହୋଇଥିଲେ। ପ୍ରଥମେ ବଡ଼ ଭାଇକୁ ଆସିକା ମେଡିକାଲରେ ଭର୍ତ୍ତି କରାଯାଇଥିଲା।  ମାତ୍ର ଅବସ୍ଥାରେ ସୁଧାର ନ ଆସିବାରୁ ତାଙ୍କୁ ବ୍ରହ୍ମପୁର ବଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏହାସହ ବାର୍‌ହା ଶିକାର ପାଇଁ ବିଛାଯାଇଥିବା ତାର ଓ କିଛି କାଚକୁ ଜବତ କରିଛି । ଏହି ଘଟଣାରେ ସମ୍ପୃକ୍ତଙ୍କୁ ଧରିବା ଲାଗି ପୁଲିସ୍‌ ଖୋଳତାଡ଼ ଆରମ୍ଭ କରିଛି।



from Odisha Reporter https://ift.tt/2P6SdTQ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages