ଦୁର୍ବୃତ୍ତଙ୍କ ଗୁଳି ମାଡ଼ରେ ଟଳି ପଡ଼ିଲେ ଔଷଧ ବ୍ୟବସାୟୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, September 17, 2019

ଦୁର୍ବୃତ୍ତଙ୍କ ଗୁଳି ମାଡ଼ରେ ଟଳି ପଡ଼ିଲେ ଔଷଧ ବ୍ୟବସାୟୀ

କେନ୍ଦ୍ରାପଡ଼ା(ମନୋଜ ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶାଘାଇ ଥାନା ଅନ୍ତର୍ଗତ ହାତୀଆଠାରେ ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଆଜି ଜଣେ ଔଷଧ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଛି। ସ୍ପଷ୍ଟ ଦିବାଲୋକରେ ଦୁର୍ବୃତ୍ତମାନେ ଗୁଳିମାଡ଼ କରି ଫେରାର ହୋଇଯାଇଛନ୍ତି। ମୃତକଙ୍କ ନାଁ ଗଗନ ସାହୁ। ତାଙ୍କ ଘର କେନ୍ଦ୍ରାପଡ଼ା ଜିଲ୍ଲାର ମଣିକୁଣ୍ଡାରେ।

ମିଳିଥିବା ସୂଚନା ଅନୁଯାୟୀ, ଆଜି ସକାଳ ସାଢ଼େ ନଅଟା ସମୟରେ ଗଗନ ବାଇକ୍‌ରେ ମଣିକୁଣ୍ଡାରୁ କେନ୍ଦ୍ରାପଡ଼ା ଯାଉଥିଲେ। ଏହି ସମୟରେ ଦୁଇ ଜଣ ଦୁର୍ବୃତ୍ତ ବାଇକ୍‌ରେ ତାଙ୍କ ପିଛା କରିଥିଲେ। କିଛି ବାଟ ଯିବା ପରେ ନିଛାଟିଆ ସ୍ଥାନ ଦେଖି ଗଗନଙ୍କ ଉପରକୁ ଗୁଳି ଚଳାଇ ଫେରାର ହୋଇଯାଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା।

ତେବେ କିଏ ଓ କାହିଁକି ଗଗନଙ୍କ ଉପରକୁ ଗୁଳିମାଡ କଲା, ତାହା ସ୍ପଷ୍ଟ ଭାବେ ଜଣାପଡ଼ି ନାହିଁ। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି  ତଦନ୍ତ  ଆରମ୍ଭ କରିଛି।



from Odisha Reporter https://ift.tt/34QX2Vm

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages