ଆଜିଠୁ ଭାରତୀୟ ମଜଦୁର ସଂଘର ଧର୍ମଘଟ; କୋଇଲା ଉତ୍ତୋଳନ ବାଧାପ୍ରାପ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, September 22, 2019

ଆଜିଠୁ ଭାରତୀୟ ମଜଦୁର ସଂଘର ଧର୍ମଘଟ; କୋଇଲା ଉତ୍ତୋଳନ ବାଧାପ୍ରାପ୍ତ

ଅନୁଗୋଳ(ବିରଜା ଦାସ): କୋଇଲା ଉଦ୍ୟୋଗରେ ବିଦେଶୀ ପୁଞ୍ଜି ନିବେଶ ନିମନ୍ତେ ଅଗଷ୍ଟ ୨୮ ତାରିଖରେ କେନ୍ଦ୍ର ସରକାର କରିଥିବା ଘୋଷଣାକୁ ବିରୋଧ କରିଛି  ଭାରତୀୟ ମଜଦୁର ସଂଘ। ଏହାଦ୍ୱାରା ବିଦେଶୀ କମ୍ପାନୀ ଲାଭବାନ ହେବା ସହ ଅବହେଳିତ ହେବେ ଶ୍ରମିକ। ଏହା ପ୍ରତିବାଦରେ ଭାରତୀୟ ମଜଦୁର ସଂଘ ଆଜିଠୁ ୫ ଦିନିଆ ଧର୍ମଘଟକୁ ଓହ୍ଲାଇଛି। ଏହି ପରିପ୍ରେକ୍ଷୀରେ ତାଳଚେରର ସବୁ କୋଇଲା ଖଣି ସମ୍ମୁଖରେ ସଂଘ ପକ୍ଷରୁ ଧାରଣା ଦିଆଯାଇଛି।  ଫଳରେ କୋଇଲା ଉତ୍ତୋଳନ ବାଧାପ୍ରାପ୍ତ ହୋଇଛି।

ଏମ୍‌ସିଏଲ୍‌ର ସମସ୍ତ କୋଇଲା ଖଣିରେ ମଧ୍ୟ ଉତ୍ତୋଳନ ଓ ପରିବହନ କାର୍ଯ୍ୟ ଠପ୍‌ ହୋଇଯାଇଛି। ଅନ୍ୟପକ୍ଷରେ ଆସନ୍ତାକାଲି ସମସ୍ତ ଶ୍ରମିକ ସଂଗଠନ ପକ୍ଷରୁ ଦେଶବ୍ୟାପୀ ଦିନିକିଆ ଧର୍ମଘଟ ଡାକରା ଦିଆଯାଇଛି।



from Odisha Reporter https://ift.tt/2QmrCCY

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages