ପୁରୀ(ମଧୁସୂଦନ ମିଶ୍ର): ପୁରୀ ଜିଲ୍ଲାରେ ଡବଲ ଏନ୍କାଉଣ୍ଟର ହୋଇଛି। ଗତ ରାତିରେ ଦୁଇଟି ପୃଥକ ପୃଥକ ସ୍ଥାନରେ ଏନ୍କାଉଣ୍ଟର ହୋଇଥିବାବେଳେ ଏଥିରେ ଦୁଇଜଣ ଦୁର୍ଦ୍ଦାନ୍ତ ଅପରଧୀ ଆହତ ହୋଇଛନ୍ତି। ଆହତଦ୍ୱୟ ହେଲେ ବ୍ରାଉନ ସୁଗାର ଓ କୋରେସ୍କ ବ୍ୟବସାୟୀ ବିଶୁ ଓରଫ୍ ବିଶ୍ୱରଞ୍ଜନ ସାହୁ ଏବଂ ବାଲି ମାଫିଆ ଟିକି ମିଆଁ ଓରଫ୍ ସିୟାମତ୍ ଖାନ୍।
ଗତକାଲି ରାତିରେ ଦୁର୍ଦ୍ଦାନ୍ତ ଅପରାଧୀ ବିଶ୍ୱ ରଞ୍ଜନ ସାହୁ ତାଳବଣିଆ ଥାନା ଅଞ୍ଚଳରେ ଥିବା ନେଇ ପୁଲିସ ଖବର ପାଇଥିଲା। ଏହାପରେ କୁମ୍ଭାରପଡ଼ା ପୁଲିସ ତାକୁ ଧରିବା ପାଇଁ ଚେଷ୍ଟା କରିଥିଲା। ଏହି ସମୟରେ ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ପରେ ପୁଲିସ ବିଶୁକୁ ଏନ୍କାଉଣ୍ଟର କରିଥିଲା। ପୁଲିସ ତା’ଠାରୁ ଗୋଟିଏ ବନ୍ଧୁକ, ଗୁଳି ସହ ଏକ ବାଇକ ଜବତ କରିଛି। ବିଶୁ ଦୀର୍ଘ ଦିନ ଧରି କୋରେକ୍ସ ଓ ବ୍ରାଉନ ସୁଗର ମାଫିଆ ଥିଲା।
ସେହିପରି ବାଲି ମାଫିଆ ଟିକି ଖାଁକୁ ବାଶେଳି ଥାନା ପୁଲିସ୍ ଏନ୍କାଉଣ୍ଟର କରିଛି। ଗତକିଛି ଦିନ ହେଲା ସିପସରୁ ବାଲି ଅଞ୍ଚଳରୁ ଟିକି ଖାଁ ବାରମ୍ୱାର ବାଲି ଉଠାଉଥିବା ଖବର ପାଇ ପୁଲିସ୍ ତାକୁ ଜଗି ରହିଥିଲା।
ତେବେ ଗତ ରାତିରେ ବାଲି ଚୋରା ଚାଲାଣ କରାଯାଉଥିବା ସମୟରେ ପୁଲିସ୍ ଚଢଉ କରିଥିଲା। ହେଲେ ଟିକି ଖାଁ ପୁଲିସ୍ ଉପରକୁ ଗୁଳି ଚଳାଇଥିଲା। ପାଲଟା ଜବାବରେ ପୁଲିସ୍ର ଗୁଳି ମାଡ଼ରେ ଟିକି ଖାଁ ଆହତ ହୋଇଛି। ତାକୁ ପ୍ରଥମେ ପୁରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ମାତ୍ର ସେଠାରେ ଅବସ୍ଥା ଗୁରୁତର ହେବାରୁ କଟକ ସ୍ଥାନାନ୍ତର କରାଯାଇଛି। ତା’ ନିକଟରୁ ଗୋଟିଏ ବନ୍ଧୁକ ଓ ଜୀବନ୍ତ ଗୁଳି ମଧ୍ୟ ଜବତ କରାଯାଇଛି।
ଟିକି ନାଁରେ ବିଭିନ୍ନ ଥାନାରେ ୧୦ରୁ ଅଧିକ ମାମଲା ରହିଛି। ପୁଲିସ ତା’ଠାରୁ ଗୋଟିଏ ପିସ୍ତଲ ଓ ଗୁଳି ଜବତ କରିଛି।
from Odisha Reporter https://ift.tt/2NTdj67
No comments:
Post a Comment