ଡଙ୍ଗା ବୁଡ଼ି ଘଟଣାରେ ଆଉ ଜଣକ ମୃତଦେହ ଉଦ୍ଧାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, September 9, 2019

ଡଙ୍ଗା ବୁଡ଼ି ଘଟଣାରେ ଆଉ ଜଣକ ମୃତଦେହ ଉଦ୍ଧାର

ଢେଙ୍କାନାଳ(ରାଜଶ୍ରୀ ଶତପଥୀ ): ଢେଙ୍କାନାଳ ଜିଲ୍ଲା ବ୍ରାହ୍ମଣୀ ନଦୀରେ ଡଙ୍ଗା ବୁଡ଼ି ଘଟଣାରେ ଆଉ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଲେ ରୋଡ ଗାଁ ରମେଶ ସାହୁ । ୩ଦିନ ତଳେ ଖଡଗପ୍ରସାଦ ଘାଟରୁ ପରଜଙ୍ଗ ଥାନା କୁନନ୍ଦେଇପୁର ଘାଟକୁ ଯାଉଥିବାବେଳେ ଏକ ହୁଲି ଡଙ୍ଗା ବୁଡ଼ି ଯାଇଥିଲା । ଏହି ଘଟଣାରେ ୪ଜଣ ନିଖୋଜ ଥିଲେ । ଗତକାଲି କୁନ୍ଦନଦେଇପୁରରେ ବାପୁନି ଆଚାର୍ଯ୍ୟଙ୍କ ମୃତହେଦ  ଉଦ୍ଧାର ହୋଇଥିଲା।  ଏବେ ବି ୨ଜଣ ନିଖୋଜ ଅଛନ୍ତି ।  ନିଖୋଜଦ୍ୱୟ ହେଲେ ପରଜଙ୍ଗ ଥାନା ଅନ୍ତର୍ଗତ ରୋଡ ଗାଁର ସୁଶାନ୍ତ ସାହୁ ଓ ଲୁଲୁ ସାହୁ।

ସୂଚନାଯୋଗ୍ୟ, ଗତ ଶନିବାର ରାତି ପ୍ରାୟ ଆଠଟା ବେଳେ ବ୍ରାହ୍ଣଣୀ ନଦୀର ଖଡ଼ଗପ୍ରସାଦ ଘାଟରୁ ଏକ ହୋଲି ଡଙ୍ଗାରେ ବିପଦସଙ୍କୁଳ ଅବସ୍ଥାରେ ଦୁଇ ନାଉରିଆ ଏବଂ ସାତ ଜଣ ଯାତ୍ରୀ ମୋଟ ୯ ଜଣ ନଦୀ ପାର ହେଉଥିଲେ। ହେଲେ ମଝି ନଈରେ ଡଙ୍ଗାଟି ବୁଡ଼ି ଯାଇଥିଲା।  ପାଞ୍ଚ ଜଣ ପହଁରି ପହଁରି ରାତିରେ କୂଳରେ ଲାଗିଥିବା ବେଳେ ୪ ଜଣ ନିଖୋଜ ହୋଇଯାଇଥିଲେ।



from Odisha Reporter https://ift.tt/319NF0J

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages