ବରିଷ୍ଠ ସାମ୍ବାଦିକ ଦିଲୀପ ଶତପଥୀଙ୍କ ପରଲୋକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, September 8, 2019

ବରିଷ୍ଠ ସାମ୍ବାଦିକ ଦିଲୀପ ଶତପଥୀଙ୍କ ପରଲୋକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବର୍ଷୀୟାନ ସାମ୍ବାଦିକ ଦିଲୀପ ଶତପଥୀଙ୍କର ୫୬ ବର୍ଷ ବୟସରେ ହୃଦଘାତରେ ପରଲୋକ ଘଟିଛି। କର୍କଟ ରୋଗରେ ପୀଡ଼ିତ ଥିବା ଦିଲୀପ ଗତ କିଛି ମାସ ହେଲା ଅସୁସ୍ଥ ହୋଇପଡ଼ିଥିଲେ। ଏଥିଯୋଗୁ ସେ ନିୟମିତ ଭାବେ ଚିକିତ୍ସିତ ହେଉଥିଲେ। ଗତ ସନ୍ଧ୍ୟାରେ ତାଙ୍କ ଅବସ୍ଥା ଗୁରୁତର ହୋଇ ପଡ଼ିବାରୁ ତୁରନ୍ତ ତାଙ୍କୁ ଏକ ଘରୋଇ ହସ୍ପିଟାଲ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

୧୯୬୩ ମସିହାରେ ଜନ୍ମ ଗ୍ରହଣ କରିଥିବା ଦିଲ୍ଲୀପ ଓଡ଼ିଶା ସାମ୍ବାଦିକତା ଜଗତରେ ଦୀର୍ଘ ବର୍ଷ ଧରି ସକ୍ରିୟ ଥିଲେ। ବିଜନେସ୍ ଷ୍ଟାଣ୍ଡାର୍ଡର ରେସିଡେନସିଆଲ ଏଡିଟର ଭାବେ ସେ ପ୍ରାୟ ୨ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ହେବ କାର୍ଯ୍ୟ କରୁଥିଲେ । ତାଙ୍କ ନିଆରା ଓ ଅମାୟିକ ବ୍ୟକ୍ତିତ୍ୱ ଯୋଗୁ ସେ ଖୁବ୍‌ ଲୋକପ୍ରିୟ ହୋଇପାରିଥିଲେ । ଅବେଳରେ ତାଙ୍କ ମୃତ୍ୟୁକୁ ନେଇ ସାମ୍ବାଦିକ ଜଗତରେ ଶୋକର ଛାୟା ଖେଳି ଯାଇଛି।



from Odisha Reporter https://ift.tt/2HX4Ivn

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages