ବାଲିମେଳାରେ ଡଙ୍ଗା ଓଲଟିବା ଘଟଣାରେ ଉଦ୍ଧାର ହେଲା ୩ ମୃତଦେହ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, September 16, 2019

ବାଲିମେଳାରେ ଡଙ୍ଗା ଓଲଟିବା ଘଟଣାରେ ଉଦ୍ଧାର ହେଲା ୩ ମୃତଦେହ

ମାଲକାନଗିରି(ଜିତେନ୍ଦ୍ର ବେଉରା): ମାଲକାନଗିରି ଜିଲ୍ଲା ବାଲିମେଳା ଜଳଭଣ୍ଡାରରେ ଏକ ଡଙ୍ଗା ଓଲଟିବା ଘଟଣାରେ ନିଖୋଜ ୩ଜଣଙ୍କ ମୃତଦେହ ଉଦ୍ଧାର କରିଛି ଅଗ୍ନିଶମ ବାହିନୀ। ତୋଟାଗୁଡ଼ା ନିକଟରୁ ସମସ୍ତ ୩ଟି ଯାକ ମୃତଦେହ ଗତକାଲି ଉଦ୍ଧାର ହେବା ପରେ ଉଦ୍ଧାର କାର୍ଯ୍ୟ ଶେଷ ହୋଇଛି । ଗତ ଶୁକ୍ରବାର ଏହି ଅଘଟଣ ଘଟିଥିଲା ।

ଗତ ଶୁକ୍ରବାର ବାଲିମେଳା ଜଳ ଭଣ୍ଡାର ଦେଇ ୫ ଜଣ ନାକାମାମୁଡିରୁ ଦେଶୀ ଡଙ୍ଗାରେ ତୋଟାଗୁଡ଼ା ଯାଉଥିଲେ। ଆମ୍ବିଳିବେଢା ନିକଟରେ ପ୍ରବଳ ବର୍ଷା ହେଉଥିବା ବେଳେ ଡଙ୍ଗାଟି ଓଲଟି ପଡ଼ିଥିଲା। ଡଙ୍ଗାରେ ଥିବା ଯାତ୍ରୀଙ୍କ ମଧ୍ୟରୁ ଜଣେ ପହଁରି ପହଁରି କୂଳରେ ଆସି ପହଞ୍ଚିଥିଲେ। ଏହା ପରଦିନ ଗୋଟିଏ ମୃତଦେହ ଉଦ୍ଧାର ହୋଇଥିଲା।  

ଏହାପରେ ଗତକାଲି ଆଉ ୩ଟି ମୃତଦେହ ଉଦ୍ଧାର ହୋଇଥିଲା।  ମୃତକମାନେ ସମସ୍ତେ ନିକଟ ସମ୍ପର୍କୀୟ ବୋଲି ଜଣାପଡ଼ିଛି ।କୂଳଠାରୁ ବହୁ ଦୂରରେ ଏହି ଅଘଟଣ ଘଟିଥିବାରୁ ଉଦ୍ଧାର କାର୍ଯ୍ୟରେ ବିଳମ୍ୱ ହୋଇଥିଲା



from Odisha Reporter https://ift.tt/2LWAZ6J

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages