ଆଜି ଉପାସରେ ରହିବେ ମହାପ୍ରଭୁ ଲିଙ୍ଗରାଜ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, September 2, 2019

ଆଜି ଉପାସରେ ରହିବେ ମହାପ୍ରଭୁ ଲିଙ୍ଗରାଜ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବ୍ରାହ୍ମଣ ନିଯୋଗ-ପୂଜାପଣ୍ଡା ନିଯୋଗଙ୍କ ଅସହଯୋଗର ପରିଣାମ ଭୋଗୁଛନ୍ତି ମହାପ୍ରଭୁ ଲିଙ୍ଗରାଜ। ଆଜି ମହାପ୍ରଭୁ ଲିଙ୍ଗରାଜଙ୍କ ରୋଷ ହୋମ ନୀତି ବନ୍ଦ ରହିଛି। ଫଳରେ ଉପାସରେ ରହିବେ ପ୍ରଭୁ। ଏହା ଶ୍ରଦ୍ଧାଳୁଙ୍କୁ ଖୁବ୍‌ ବ୍ୟଥିତ କରିଛି। ହେଲେ ଏଥିନିମନ୍ତେ ମନ୍ଦିର ଓ ଜିଲ୍ଲା ପ୍ରଶାସନ ସମ୍ପୂର୍ଣ୍ଣ ଭାବେ ଦାୟୀ ବୋଲି କହିଛନ୍ତି ୨ ନିଯୋଗର କର୍ମକର୍ତ୍ତା।

ସେମାନଙ୍କ କହିବାନୁଯାୟୀ,  ଲିଙ୍ଗରାଜଙ୍କ ନୂଆଗାଁ ଜମିକୁ ହଡ଼ପ କରାଯାଉଛି। ସେଠାରେ ଜବରଦଖଲକାରୀମାନେ ବେଆଇନ ଭାବେ  ନିର୍ମାଣ କାର୍ଯ୍ୟ ଚଳାଇଥିବା ବେଳେ ଏହାକୁ ରୋକିବାକୁ ପ୍ରଶାସନିକ ସ୍ତରରେ ପଦକ୍ଷେପ ଗ୍ରହଣ କରାଯାଉ ନାହିଁ। ଜବରଦଖଲ ପାଇଁ ମନ୍ଦିର ଓ ଜିଲ୍ଲା ପ୍ରଶାସନକୁ ସେମାନେ ସମ୍ପୂର୍ଣ୍ଣ ଭାବେ ଦୋଷ ଦେଇଛନ୍ତି। ଏହାକୁ ରୋକିବା ଲାଗି ପ୍ରଶାସନିକ ସ୍ତରର ଉଦାସୀନତାକୁ ସେମାନେ କଡ଼ା ସମାଲୋଚନା କରିଛନ୍ତି।



from Odisha Reporter https://ift.tt/30TyWqi

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages