ଢେଙ୍କାନାଳ(ରାଜଶ୍ରୀ ଶତପଥୀ): ଢେଙ୍କାନାଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ ବେଲଟିକିରି ଗାଁରେ ଜଣେ ବ୍ୟକ୍ତି ତାଙ୍କ ସାନ ଭାଇଙ୍କ ଉପରକୁ ଗୁଳିମାଡ଼ କରିଛନ୍ତି। ଫଳରେ ତାଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କ ନାଁ ବିଭୁ ବେହେରା। ଆଉ ତାଙ୍କ ବଡ଼ ଭାଇଙ୍କ ନାଁ ମିଲୁ ବେହେରା।
ସୂଚନା ଅନୁଯାୟୀ, ଗତକାଲି ରାତି ପ୍ରାୟ ସାଢ଼େ ଦଶଟା ବେଳେ ବିଭୁ ପ୍ରଥମେ ମିଲୁଙ୍କ ଉପରକୁ ବୋମା ପକାଇଥିଲେ। ଏଥିରେ ଉତ୍କ୍ଷିପ୍ତ ହୋଇ ମିଲୁ ତାଙ୍କ ଉପରକୁ ଗୁଳି ଚଲାଇଥିଲା। ବିଭୁଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ହେଲେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।
ସଦର ଥାନା ପୁଲିସ୍ ଘଟଣାର ତଦନ୍ତ କରୁଛି। ପାରିବାରିକ କଳହରୁ ଏହି ଘଟଣା ଘଟିଥିବା ସନ୍ଦେହ କରାଯାଉଛି।
from Odisha Reporter https://ift.tt/2lYBRyP
No comments:
Post a Comment