ରାଜକୁମାରଙ୍କ ବାପାଙ୍କ ପରଲୋକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, September 6, 2019

ରାଜକୁମାରଙ୍କ ବାପାଙ୍କ ପରଲୋକ

ନୂଆଦିଲ୍ଲୀ: ବଲିଉଡ୍ ଅଭିନେତା ରାଜକୁମାର ରାଓଙ୍କ ବାପା ସତ୍ୟପାଲ ଯାଦବଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା। ସେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ସେ ଜଣେ ସରକାରୀ କର୍ମଚାରୀ ଥିଲେ।

ଅସୁସ୍ଥତା ଯୋଗୁ ସତ୍ୟପାଲଙ୍କୁ ଗୁରୁଗ୍ରାମ୍ ସ୍ଥିତ ମେଦାନ୍ତ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ସେଠାରେ ୧୭ ଦିନ ରହିବା ପରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ରାତିରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ଗତକାଲି ଗୁରୁଗ୍ରାମରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଥିଲା।

ଏହା ପୂର୍ବରୁ ୨୦୧୭ରେ ରାଜକୁମାରଙ୍କ ମା’ଙ୍କ ଦେହାନ୍ତ ହୋଇଥିଲା। ସେତେବେଳେ ସେ ଫିଲ୍ମ ‘ନ୍ୟୁଟନ୍‌’ର ଶୁଟିଂ କରୁଥିଲେ।



from Odisha Reporter https://ift.tt/2POWf3F

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages