ଉମରକୋଟ(କାର୍ତ୍ତିକ ମଲ୍ଲିକ): ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ୍ କାରାଗା ନିକଟରେ ଗତକାଲି ବିଳମ୍ବିତ ରାତିରେ ଦୁଇଟି ବାଇକ୍ ମୁହାଁ ମୁହିଁ ଧକ୍କା ହୋଇଛନ୍ତି। ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରତର ଆହତ ହୋଇଛନ୍ତି। ମୃତକ ଜଣଙ୍କ ହେଲେ କୈଳାସ ମାଝୀ। ତାଙ୍କ ଘର ଫୁକାଗୁଡା ଗାଁରେ। ଆହତ ରଣବିଜୟ ଶର୍ମାଙ୍କୁ ଉମରକୋଟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ତାଙ୍କ ଘର ନବରଙ୍ଗପୁର ଜିଲ୍ଲାର ଧୋଡ୍ରା ଅଞ୍ଚଳର।
ଉମରକୋଟ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।
from Odisha Reporter https://ift.tt/34AFigB
No comments:
Post a Comment