ଅନ୍ଧବିଶ୍ୱାସର କରୁଣ ଚିତ୍ର ; ଭଣଜା ଟାଙ୍ଗିଆ ଚୋଟରେ ମାଇଁ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, September 26, 2019

ଅନ୍ଧବିଶ୍ୱାସର କରୁଣ ଚିତ୍ର ; ଭଣଜା ଟାଙ୍ଗିଆ ଚୋଟରେ ମାଇଁ ମୃତ

ଆନନ୍ଦପୁର(ମୁନା ସିଂହ): ଗୁଣି ଗାରେଡି ସନ୍ଦେହରେ ପୁଣି ଗଡ଼ିଛି ମୁଣ୍ଡ। ଏଥର ଏପରି ନୃଶଂସ କାଣ୍ଡ ଘଟିଛି କେନ୍ଦୁଝର ଜିଲ୍ଲାରେ।   ଆନନ୍ଦପୁର ବ୍ଲକ୍‌ କନ୍ତଳା ଗାଁରେ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇଥିବା  ଭଣଜାର ଟାଙ୍ଗିଆ ଚୋଟରେ ମାଇଁର ମୃତ୍ୟୁ ଘଟିଛି। ମୃତା ମହିଳା ହେଲେ ଜିଙ୍ଗି ପୂର୍ତ୍ତି। ଅଭିଯୁକ୍ତ ଭଣଜା ହେଲେ ଅଙ୍କୁରା ବୀରୁଆ।

ଗତକାଲି ରାତି ପ୍ରାୟ ୯ଟା ବେଳେ ଏହି ହତ୍ୟାକାଣ୍ଡ ଘଟିଛି। ଜିଙ୍ଗି ଘରକୁ ଆସୁଥିବା ବେଳେ ନିଛାଟିଆ ରାସ୍ତା ଦେଖି ଅଙ୍କୁରା ଟାଙ୍ଗିଆରେ ତାଙ୍କ ମୁଣ୍ଡକୁ ଆକ୍ରମଣ କରିଥିଲା। ଫଳରେ ଘଟଣାସ୍ଥଳରେ ହିଁ ଜିଙ୍ଗିଙ୍କ ମୃତ୍ୟୁ ଘଟିଥିଲା।

ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି। ଏଥିସହ ଅଭିଯୁକ୍ତ ଭଣଜା ଅଙ୍କୁରାକୁ ଅଟକ ରଖି ତଦନ୍ତ କରୁଛି। ତେବେ ଗୁଣି ଗାରେଡି ସନ୍ଦେହରେ ହତ୍ୟା  କରିଥିବା ଅଙ୍କୁରା ପୁଲିସ୍‌ ନିକଟରେ କହିଛି।



from Odisha Reporter https://ift.tt/2maw5dE

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages