ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହିସବୁ ଜିଲ୍ଲାରେ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, September 5, 2019

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହିସବୁ ଜିଲ୍ଲାରେ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା ଉପକୂଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଯୋଗୁ ଆଜି ଓ ଆସନ୍ତାକାଲି ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ନୂଆପଡ଼ା, ବଲାଙ୍ଗିର, ବରଗଡ଼, ନବରଙ୍ଗପୁର, ସୋନପୁର, କଳାହାଣ୍ଡି ଓ ବୌଦ୍ଧ ଭଳି ୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଉଛି।

ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର୍‌ ଅଜୟ କୁମାର ନାୟକ କହିଛନ୍ତି,“ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ଅଧିକାଂଶ ଜାଗାରେ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ତେବେ ୭ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି-ନୂଆପଡ଼ା, ବଲାଙ୍ଗିର, ବରଗଡ଼,ନବରଙ୍ଗପୁର, ସୋନପୁର, କଳାହାଣ୍ଡି ଓ ବୌଦ୍ଧ। ଏଥିସହ କୋରାପୁଟ, କନ୍ଧମାଳ, ଗଞ୍ଜାମ, ନୟାଗଡ଼. ସମ୍ୱଲପୁର, ରାୟଗଡ଼ା ଓ ଅନୁଗୋଳ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି। ତା’ଛଡ଼ା ମତ୍ସଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ଲଘୁଚାପ ପ୍ରଭାବରେ ସମୁଦ୍ରରେ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।”



from Odisha Reporter https://ift.tt/2HMP5q6

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages