କଟକ(ଓଡ଼ିଶା ରିପୋର୍ଟର): କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା ଯମଜ ଶିଶୁ ଜଗାକାଳିଆଙ୍କ ମଧ୍ୟରୁ କାଳିଆର ଅବସ୍ଥା ସଙ୍କଟାପନ୍ନ ରହିଛି। ଗତକାଲି ରାତିରୁ କାଳିଆକୁ ଭେଣ୍ଟିଲେଟରରେ ରଖାଯାଇ ଚିକିତ୍ସା କରାଯାଉଛି। ବିଶେଷଜ୍ଞ ଡାକ୍ତରଙ୍କ ଦ୍ୱାରା କାଳିଆର ଚିକିତ୍ସା ଚାଲିଥିବା ସୂଚନା ମିଳିଛି।
କାଳିଆର ଛାତିରେ ସାମାନ୍ୟ ଯନ୍ତ୍ରଣା ଥିଲା। ବର୍ତ୍ତମାନ ସେ ସୁସ୍ଥ ଥିବା ଏସ୍ସିବି ମେଡିକାଲ କଲେଜର ପ୍ରିନ୍ସପାଲ ସୂଚନା ଦେଇଛନ୍ତି।
ଦୀର୍ଘ୨ ବର୍ଷର ଚିକିତ୍ସା ପରେ ସେପ୍ଟେମ୍ବର ୭ ତାରିଖରେ ଦିଲ୍ଲୀ ଏମସ୍ରୁ ଜଗା ଓ କାଳିଆ ଓଡ଼ିଶା ଫେରିଥିଲେ। ସେମାନଙ୍କୁ କଟକ ବଡ଼ ମେଡିକାଲର ଆଇସିୟୁରେ ଭର୍ତ୍ତି କରାଯାଇଥିଲା।
ସୂଚନାଯୋଗ୍ୟ, ୨୦୧୭ ଜୁଲାଇ ୧୪ ତାରିଖରେ କନ୍ଧମାଳ ଜିଲ୍ଲା ମିଲିପଡ଼ା ଗାଁର ଯୋଡ଼ାମୁଣ୍ଡ ଶିଶୁ ଜଗାକାଳିଆଙ୍କୁ ଦିଲ୍ଲୀ ଏମସ୍ରେ ଭର୍ତ୍ତି କରାଯାଇଥିଲା। ଅଭିଜ୍ଞ ଡାକ୍ତରୀ ଟିମ୍ ଦ୍ୱାରା ସଫଳତାର ସହ ଅସ୍ତ୍ରୋପଚାର କରି ଦୁଇ ଶିଶୁଙ୍କୁ ଅଲଗା କରାଯାଇଥିଲା। ଚିକିତ୍ସା ପରେ ଦୁଇ ଭାଇ ଆରୋଗ୍ୟ ଲାଭ କରୁଥିଲେ । ହେଲେ ହଠାତ୍ କାଳିଆ ଗୁରୁତର ହୋଇ ପଡ଼ିଛି।
୨୦୧୭ରେ ଏ ଦୁଇ ଭାଇ ଯୋଡ଼ାମୁଣ୍ଡ ଅବସ୍ଥାରେ ଥିବା ଖବର ପ୍ରଥମେ ଓଟିଭିରେ ଖବର ପ୍ରସାରିତ ହୋଇଥିଲା। ଏହାପରେ ରାଜ୍ୟ ସରକାର ତତ୍ପରତା ଦେଖାଇ ଶିଶୁ ଦ୍ୱୟଙ୍କୁ ଦିଲ୍ଲୀ ଏମସ୍କୁ ପଠାଇବା ସହ ସମସ୍ତ ଚିକିତ୍ସା ଖର୍ଚ୍ଚ ବହନ କରିଥିଲେ।
from Odisha Reporter https://ift.tt/2lsf7aa
No comments:
Post a Comment