ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲଗାଣ ବର୍ଷାପରେ ରାଜ୍ୟରେ ବଦଳିଛି ପାଗ। ରାଜ୍ୟରେ ୨ଦିନ ଧରି ପାଗ ଶୁଖିଲା ରହିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଏସମ୍ପର୍କରେ ଆଞ୍ଚଳିକ ପାଣିପାଗ ବିଭାଗ ଡ୍ୟୁଟି ଅଫିସର ଲକ୍ଷ୍ମୀକାନ୍ତ ଗିରି କହିଛନ୍ତ ଯେ ଯେଉଁ ଲଗୁଚାପ ସୃଷ୍ଟି ହୋଇଥିଲା ତା’ର ଅବସ୍ଥିତି ବର୍ତ୍ତମାନ ଉତ୍ତର-ପୂର୍ବାଞ୍ଚଳରେ ରହିଛି। ତେଣୁ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହାର କୌଣସି ପ୍ରଭାବ ପଡ଼ିବାର ସମ୍ଭାବନା ନାହିଁ। ଏହି ସମୟରେ ରାଜ୍ୟରେ ପାଗ ଶୁଖିଲା ରହିବ। କିନ୍ତୁ କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ହୋଇପାରେ।
ଶ୍ରୀ ଗିରି କହିଛନ୍ତି, ‘୧୧ ଓ ୧୨ ତାରିଖ ବେଳକୁ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବରଗଡ଼ ଓ ନୂଆପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ତାଳଚେରରେ ସର୍ବାଧିକ ୬୮ ମିଲିମିଟର ବର୍ଷା ହୋଇଛି। ସେହିପରି ଭୁବନେଶ୍ୱରରେ ୩୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।’
from Odisha Reporter https://ift.tt/2UEWvRE
No comments:
Post a Comment