ବାଲୁଗାଁ (ଓଡ଼ିଶା ରିପୋର୍ଟର): ଖୋର୍ଦ୍ଧା ଜିଲ୍ଲା ବାଣପୁର ନିକଟ ସାପୁଆ ନଦୀରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତେବେ ତାଙ୍କ ପରିଚୟ ମିଳିନାହିଁ।
ଗତକାଲି ମହିଳାଙ୍କ ମୃତଦେହ ହାତଗୋଡ଼ ବନ୍ଧା ହୋଇ ନଦୀରେ ଭାସୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ପୁଲିସକୁ ଖବର ଦେଇଥିଲେ। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
ମହିଳାଙ୍କୁ ହତ୍ୟା କରିବା ପରେ କେହି ନଦୀରେ ଫିଙ୍ଗି ଦେଇଥିବା ପୁଲିସ ସନ୍ଦେହ କରୁଛି। ସାଇଣ୍ଟିଫିକ୍ ଟିମ ସହାୟତାରେ ଘଟଣାର ଅଧିକ ତଦନ୍ତ କରାଯିବ ବୋଲି ଖୋର୍ଦ୍ଧା ଏସପି ସୂଚନା ଦେଇଛନ୍ତି।
from Odisha Reporter https://ift.tt/2kJSDBi
No comments:
Post a Comment