ଦଶହରା ବେଳକୁ ବର୍ଷା ହେବ କି? ଜାଣନ୍ତୁ, କ’ଣ କହୁଛି ପାଣିପାଗ ବିଭାଗ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, September 28, 2019

ଦଶହରା ବେଳକୁ ବର୍ଷା ହେବ କି? ଜାଣନ୍ତୁ, କ’ଣ କହୁଛି ପାଣିପାଗ ବିଭାଗ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦଶହରା ବେଳକୁ ରାଜ୍ୟରେ ଅଳ୍ପ ବର୍ଷା ହୋଇପାରେ। ତେବେ ଏହା ପୂଜାକୁ ଫିକା କରିବ ନାହିଁ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଗତ କିଛି ଦିନ ହେବ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ଜାରି ରହିଥିବା ବେଳେ ଆଜି ପାଣିପାଗ କେନ୍ଦ୍ର ପକ୍ଷରୁ ଏଭଳି ସୂଚନା ଦିଆଯାଇଛି।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଲକ୍ଷ୍ମୀକାନ୍ତ ଗିରି କହିଛନ୍ତି, “ଆଜିଠୁ କୌଣସି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ନାହିଁ। କେବଳ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, କଟକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ଘଡ଼ିଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।”

ସେ ଆହୁରି କହିଛନ୍ତି,“ଓଡ଼ିଶା ଉପରେ ମୌସୁମୀ ଥିବାରୁ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଦଶହରାର ଷଷ୍ଠୀ, ସପ୍ତମୀ ଓ ଅଷ୍ଟମୀ ପୂଜା ସମୟରେ ଅପରାହ୍ଣରେ ସ୍ୱଳ୍ପ ବର୍ଷା ହୋଇପାରେ।”



from Odisha Reporter https://ift.tt/2lZqwhZ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages