ଦିନକରେ ଗୋଟିଏ ଘରୁ ଉଠିଲା ୩ ଶବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, September 14, 2019

ଦିନକରେ ଗୋଟିଏ ଘରୁ ଉଠିଲା ୩ ଶବ

ସୁବର୍ଣ୍ଣପୁର(ରବୀନ୍ଦ୍ର ହୋତା): ଦୁଃଖର ବାଦଲ ମାଡ଼ି ଆସିଲେ କ୍ଷଣକରେ ଚୁନା ହୋଇଯାଏ ସୁନାର ସଂସାର। ନିଜ ଭାଗ୍ୟକୁ ଦୋଷ ଦେବା ଛଡ଼ା ହାତରେ ଆଉ କିଛି ନ ଥାଏ।  ଏପରି ଦୁଃଖଦ ପରିସ୍ଥିତିର ସମ୍ମୁଖୀନ ହୋଇଛନ୍ତି ସୁବର୍ଣ୍ଣପୁର ଜିଲ୍ଲାର ଏକ ପରିବାର। ଗୋଟିଏ ଦିନରେ ଗୋଟିଏ ଘରୁ ଉଠିଛି ୩ ଜଣଙ୍କ ଶବ। ଏହା ପରିବାରର ସମସ୍ତ ସଦସ୍ୟଙ୍କୁ ସ୍ତବ୍ଧ କରିଦେଇଥିବା ବେଳେ ଆଖିରୁ ଶୁଖିଯାଇଛି ଲୁହ।

ଉଲୁଣ୍ଡା ବ୍ଲକ୍‌ ଅନ୍ତର୍ଗତ ପ୍ରଧାନପାଲି ଗାଁରେ ଗୋଟିଏ ଦିନରେ ଓ ଗୋଟିଏ ଘରୁ ୩ ଜଣଙ୍କ ସଦସ୍ୟଙ୍କ ଶବ ଉଠିଛି। ଯାହା ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି। ଗତ ବୁଧବାର ଦିନ ଗାଁର ୭୫ ବର୍ଷୀୟ ଦଶରଥ ବଘାରଙ୍କ ପ୍ରଥମେ ମୃତ୍ୟୁ ଘଟିଥିଲା। ଏହାପରେ ପରିବାର ଲୋକେ ଓ ଗାଁ ଲୋକେ ଦଶରଥଙ୍କ ଶବ ସତ୍କାର କରିବାକୁ ଯାଇଥିଲେ। ସେଠାରୁ କ୍ରିୟାକର୍ମ ସାରି ଫେରିଲା ବେଳକୁ ତାଙ୍କ ସାନ ଭାଇ ସୁରୁ ବଘାରଙ୍କ ମୃତ୍ୟୁ ଘଟିଥିଲା। ପରିବାର ଲୋକେ ସୁରୁଙ୍କ ଶବ ସତ୍କାର ପାଇଁ ପ୍ରସ୍ତୁତ ହେଉଥିବା ସମୟରେ ମୃତ ଦଶରଥଙ୍କ ପତ୍ନୀ ଦୃପଦୀ ବଘାର ମଧ୍ୟ ଆଖି ବୁଜିଥିଲେ।

ଏହି ଘଟଣା ଏବେ ସୁବର୍ଣ୍ଣପୁର ଜିଲ୍ଲାରେ ଚହଳ ପକାଇଛି।



from Odisha Reporter https://ift.tt/305Tjod

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages