ଘରେ ତିଆରି କରନ୍ତୁ ରେଷ୍ଟୁରାଣ୍ଟ ଷ୍ଟାଇଲ୍ ‘ପନିର ଚଟପଟି’ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, September 29, 2019

ଘରେ ତିଆରି କରନ୍ତୁ ରେଷ୍ଟୁରାଣ୍ଟ ଷ୍ଟାଇଲ୍ ‘ପନିର ଚଟପଟି’

ଆବଶ୍ୟକ ସାମଗ୍ରୀ: ପନିର, କଟା ପିଆଜ, କଟା ରସୁଣ, କଟା ଅଦା, କଟା କଞ୍ଚାଲଙ୍କା, ପିଆଜ-ଅଦା-ରସୁଣ ବଟା, ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଲୁଣ, ଟମାଟୋ ସସ୍‌, ଚିଲି ସସ୍‌, ଖାଇବା କଲର୍‌, ଗରମ ମସଲା ଗୁଣ୍ଡ ଓ ତେଲ

ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ପନିରକୁ ଛୋଟ ଛୋଟ ପିସ୍‌ କରି କାଟି ଦିଅନ୍ତୁ। ତେଲ ଗରମ କରି ଏଗୁଡ଼ିକୁ ଲାଲ୍‌ ହେବା ଯାଏ ଭାଜି ଏକ ପାତ୍ରରେ କାଢ଼ି ରଖନ୍ତୁ।

ଏବେ କଡ଼େଇରେ ତେଲ ଗରମ କରି ସେଥିରେ କଟା ପିଆଜ, କଟା ରସୁଣ, କଟା ଅଦା, କଟା କଞ୍ଚାଲଙ୍କା ପକାଇ ହାଲକା ଭାଜନ୍ତୁ। ଏଥିରେ ପିଆଜ-ଅଦା-ରସୁଣ ବଟା, ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଲୁଣ, ଅଳ୍ପ ଟମାଟୋ ସସ୍‌ ଓ ଅଳ୍ପ ଚିଲି ସସ୍‌ ପକାଇ ଭଲ ଭାବେ କଷି ଦିଅନ୍ତୁ। ଖାଇବା କଲର୍‌ ପକାନ୍ତୁ। ମସଲା କଷି ହୋଇଗଲେ ଗରମ ମସଲା ଗୁଣ୍ଡ ପକାଇ ଭଜା ପନିରକୁ ପକାଇ ଭଲ ଭାବେ ଗୋଳାଇ ଦିଅନ୍ତୁ। ମସଲା ଟିକେ ଶୁଖିଲା ହୋଇଗଲେ ଚୁଲି ବନ୍ଦ କରି ଏହାକୁ ଏକ ପ୍ଲେଟ୍‌କୁ କାଢ଼ି ଦିଅନ୍ତୁ। ବର୍ତ୍ତମାନ ପ୍ରସ୍ତୁତ ହୋଇଗଲା ଆପଣଙ୍କର ‘ପନିର ଚଟପଟି’l



from Odisha Reporter https://ift.tt/2ol7GTh

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages