ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଝାଡ଼ଖଣ୍ଡ ଉପରେ ଏକ ଘୂର୍ଣ୍ଣିବଳୟ ରହିଛି। ଏହାର ପ୍ରଭାବରେ ଆଜି ରାଜ୍ୟର କେବଳ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ତେବେ ୫ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି-କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ନବରଙ୍ଗପୁର ଓ ନୂଆପଡ଼ା। ଏହିସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ଏଥିସହ ଅନ୍ୟ କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
from Odisha Reporter https://ift.tt/2I3Qj0c
No comments:
Post a Comment